ଷଣ୍ଢପୁରରେ ବୋମାମାଡ଼: ଗୋଟିଏ ପରିବାରର ୫ ଆହତ

ପୁରୀ ଅଫିସ, ୧ା୧ : ନୂତନ ବର୍ଷର ପ୍ରଥମ ଦିନରେ ଫୁଟିଲା ବୋମା। ଗୋଟିଏ କି ଦୁଇଟି ନୁହେଁ, କ୍ରମାଗତ ଭାବେ ୫୦ରୁ ଊର୍ଦ୍ଧ୍ୱ ବୋମା ଫୁଟିଲା। ପୁରୀ ସଦର ଥାନା ଅଧୀନ ଷଣ୍ଢପୁର ଗ୍ରାମରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଗ୍ରାମର ଗୋଟିଏ ଗୋଷ୍ଠୀର ଏକ ପରିବାର ଉପରେ ଅନ୍ୟ ଗୋଷ୍ଠୀର ଶତାଧିକ ଯୁବକ ବୋମାମାଡ଼ କରିଛନ୍ତି। ଫଳରେ ଗୋଟିଏ ପରିବାରର ୫ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ବୈଷ୍ଣବ ଭୋଇ(୫୮), ସୁକୁମାରୀ (୬୦), ବାସୁମତୀ (୨୬), ଅଜୟ (୩୨) ଏବଂ ଅକ୍ଷୟ (୧୯)। ଆହତମାନଙ୍କୁ ପୋଲିସ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଅକ୍ଷୟ ଓ ବାସୁମତୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ବୋମାମାଡ଼ ସମୟରେ ୨ଟି ବାଇକ, ଟିଭି ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ିି ନଷ୍ଟ ହୋଇଯାଇଛି। ଜମିଜମା ଅଥବା ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥିବା ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି। ଘଟଣାର ତଦନ୍ତ ଜାରି ରହିଛି ବୋଲି ଥାନା ଅଧିକାରୀ ଏସ୍‌.କେ. ମହାନ୍ତି କହିଛନ୍ତି।
ସୂଚନା ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ହାତାହାତି ହୋଇଥିଲେ। ବୁଧବାର ସକାଳ ପ୍ରାୟ ୮ଟାରେ ବୈଷ୍ଣବଙ୍କ ପରିବାରର ଦୁଇଜଣ ସଦସ୍ୟ ଘର ଆଗରେ ଠିଆ ହୋଇଥିଲେ। ଏହି ସମୟରେ ଅପର ଗୋଷ୍ଠୀ ହାତରେ ଠେଙ୍ଗା, ମାରଣାସ୍ତ୍ର ଧରି ଗୋଡ଼ାଇବାରୁ ସେମାନେ ଭୟରେ ଘରେ ପଶିଯାଇ କବାଟ ବନ୍ଦ କରିଦେଇଥିଲେ। ଏହାପରେ ବୋମାମାଡ଼ କରିଥିଲେ। ଖବର ପାଇ ବିଳମ୍ବରେ ପୋଲିସ ପହଞ୍ଚତ୍ଥିଲା। ତେବେ ଆକ୍ରମଣକାରୀ ସେମାନଙ୍କୁ ଗ୍ରାମ ଭିତରକୁ ଛାଡ଼ିି ନ ଥିଲେ। ପ୍ରାୟ ଏକ ଘଣ୍ଟା ଧରି ପୋଲିସକୁ ଅଟକାଇ ରଖିଥିଲେ। ଫୋର୍ସ ପହଞ୍ଚତ୍ବା ପରେ ଆକ୍ରମଣକାରୀ ଛତ୍ରଭଙ୍ଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri