ଷୋଡ଼ଶ ବିଧାନସଭା: ବିଧାୟକ ଭାବେ ଶପଥ ନେଲେ ନବୀନ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାର ଆରମ୍ଭ ହୋଇଛି। ଏଥିରେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ ବିଧାୟକମାନଙ୍କୁ ଶପଥ ପାଠ କରାଉଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ କରିଛନ୍ତି। ଏହା ପରେ ଜଣଙ୍କ ପରେ ଜଣେ ବିଧାୟକ ଶପଥ ନେବେ। ସକାଳ ୧୦ଟାରୁ ୫ଟା ଯାଏ ବିଧାନସଭା ଗୃହରେ ଦୁଇଦିନ ଧରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ପ୍ରକାଶଯୋଗ୍ୟ, ଆସନ୍ତା ଜୁନ ୧ରେ ବାଚସ୍ପତି ନିର୍ବାଚନ ହେବ। ଶାସକ ବିଜେଡି ପକ୍ଷରୁ ବରିଷ୍ଠ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯିବା ନେଇ ସ୍ଥିର କରାଯାଇଛି। ମାତ୍ର ଏହା ପୂର୍ବରୁ ଅମରଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି। ସେ ବିଧିବଦ୍ଧ ଭାବେ ନୂଆ ବାଚସ୍ପତି ଆସିବା ଯାଏ କାମ ଚଳାଇବେ। ଗତ ବିଧାନସଭାରେ ସେ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri