Posted inଖେଳ

ଷ୍ଟାଡିୟମରେ ଦର୍ଶକ ନ ଥିବାରୁ ହଇରାଣ ହେଲେ ଫିଲ୍ଡର

ସିଡ୍‌ନୀ,୧୩।୩- ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ସରକାରଙ୍କ ନିର୍ଦ୍ଦେଶ କ୍ରମେ କୌଣସି ପ୍ରଶଂସକଙ୍କୁ ଷ୍ଟାଡିୟମରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇ ନ ଥିଲା। ମ୍ୟାଚ୍‌ ବେଳେ କୌଣସି ଷ୍ଟାଣ୍ଡରେ ଦର୍ଶକ ନ ଥିବାରୁ ଫିଲ୍ଡରଙ୍କୁ ହଇରାଣ ହେବାକୁ ପଡ଼ିଛି। ମ୍ୟାଚ୍‌ର ୧୮ତମ ଓଭରରେ ଇଶ ସୋଧିଙ୍କ ବଲକୁ ଅଷ୍ଟ୍ରେଲିଆ ଦଳର ଅଧିନାୟକ ଆରୋନ ଫିଞ୍ଚ ଏକ ବିରାଟ ଛକା ଲଗାଇଥିଲେ। ବଲ ସିଧା ଷ୍ଟାଣ୍ଡରେ ପଡ଼ିଥିଲା। କିନ୍ତୁ ଷ୍ଟାଣ୍ଡରେ କେହି ନ ଥିବାରୁ ଫିଲ୍ଡର ଲୋକି ଫର୍ଗୁସନଙ୍କୁ ବଲ ଆଣିବାକୁ ପଡ଼ିଥିଲା। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଏହି ଘଟଣାରୁ କ୍ରିକେଟରେ ଦର୍ଶକଙ୍କ ଗୁରୁତ୍ୱ ଜଣାପଡ଼ୁଥିବା ବହୁ ପ୍ରଶଂସକ କମେଣ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri