ଷ୍ଟାର ସ୍କ୍ରିନ୍‌ ଆଓ୍ବାର୍ଡରେ ଚମକିଲେ ବଲିଉଡ୍‌ କଳାକାର

ମୁମ୍ବାଇ: ମୁମ୍ବାଇର ଗୋରେଗାଓଁ ସ୍ଥିତ ଫିଲ୍ମ ସିଟିରେ ରବିବାର ଷ୍ଟାର ସ୍କ୍ରିନ୍‌ ଆଓ୍ବାର୍ଡସ୍‌ ଶୋ’ର ଆୟୋଜନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବଲିଉଡ୍‌ରୁ ଆରମ୍ଭ କରି ଟେଲିଜଗତର ବହୁ ନାମୀଦାମି ବ୍ୟକ୍ତିବିଶେଷ ଯୋଗଦେଇଥିଲେ। ଏଥିରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ, ଅଭିନେତା ରଣବୀର ସିଂହ, ଆୟୁଷ୍ମାନ ଖୁରାନା, କାର୍ତ୍ତିକ ଆର୍ଯ୍ୟନଙ୍କଠାରୁ ଆରମ୍ଭ କରି ରେଖା ପର୍ଯ୍ୟନ୍ତ ସମସ୍ତେ ସାମିଲ ହୋଇଥିଲେ। ଏହି ଅବସରରେ ରଣବୀର ସିଂହ ଓ ଦୀପିକା ପାଦୁକୋନ ଏକାସାଙ୍ଗରେ ପହଞ୍ଚିଥିବା ବେଳେ ଦୁହଁିଙ୍କୁ ଓ୍ବେଷ୍ଟର୍ନ ଆଉଟ୍‌ଫିଟ୍‌ ଗ୍ଲାମରସ୍‌ ଲୁକ୍‌ ଦେଇଥିଲା। ଏଥର ଫିଲ୍ମ‘ଗଲି ବୟ’ ପାଇଁ ରଣବୀରଙ୍କୁ ବେଷ୍ଟ ଆକ୍ଟର ଆଓ୍ବାର୍ଡ ଦିଆଯାଇଛି। ସେହିପରି ଆୟୁଷ୍ମାନ ଖୁରାନାଙ୍କୁ ବେଷ୍ଟ ଆକ୍ଟର(କ୍ରିଟିକ୍ସ ଚଏସ୍‌ ମେଲ୍‌)ର ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ଅପରପକ୍ଷରେ ଗୋଲଡେନ ଗାଉନ୍‌ରେ ଭୂମି ପେଡ୍‌ନେକର ମଧ୍ୟ ବେଶ୍‌ ସୁନ୍ଦର ଦେଖାଯାଉଥିଲେ। ତାଙ୍କୁ ବେଷ୍ଟ ଆକ୍ଟର(କ୍ରିଟିକ୍ସ୍‌ ଚଏସ୍‌ ଫିମେଲ୍‌) ଆଓ୍ବାର୍ଡ ମିଳିଥିଲା। ଏହା ବ୍ୟତୀତ ଅଭିନେତ୍ରୀ ତାପସୀ ପାନ୍ନୁଙ୍କୁ ମଧ୍ୟ ଏହି ପୁରସ୍କାରରେ ପୁରସ୍କୃତ କରାଯାଇଥିଲା। ଉକ୍ତ ଆଓ୍ବାର୍ଡ ଶୋ’ରେ କାର୍ତ୍ତିକ ଆର୍ଯ୍ୟନଙ୍କୁ ଫର୍ମାଲ୍‌ ଲୁକ୍‌ରେ ଦେଖିବାକୁ ମିଳିଥିଲା। ଫିଲ୍ମ ‘ଲୁକା ଛୁପି’ ପାଇଁ କାର୍ତ୍ତିକ ଓ କ୍ରିତି ସେନନ୍‌ଙ୍କୁ ସମ୍ମାନୀତ କରାଯାଇଥିଲା। ଏଥିରେ ବ୍ଲାକ୍‌ ଶିମରୀ ଡ୍ରେଶ୍‌ ଓ ପନିଟେଲ୍‌ରେ କିୟାରାଙ୍କ ଜଲଓ୍ବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?