ଷ୍ଟାର୍ଟ ଅପ୍‌ ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା : ସହରରେ ଷ୍ଟାର୍ଟ ହବ୍‌ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ଷ୍ଟାର୍ଟ ଅପ୍‌ କ୍ଷେତ୍ରରେ ଓଡିଶାକୁ ସମଗ୍ର ଦେଶରେ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ୩୮ ପାରାମିଟର ଆଧାରରେ ରାଜ୍ୟକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଗୁରୁବାର ସଚିବାଳୟଠାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ସୂକ୍ଷ୍ମ, କ୍ଷୁୂଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସଚିବ ଲକ୍ଷ୍ମୀନାରାୟଣ ଗୁପ୍ତା ସୂଚନା ଦେଇଛନ୍ତି। ଷ୍ଟାର୍ଟ ଅପ୍‌ ନୀତିକୁ କାର୍ଯ୍ୟକାରୀ କରିବା, ଉଦ୍ୟୋଗୀମାନଙ୍କୁ ସହଯୋଗ କରିବା, ପୁଞ୍ଜି ଯୋଗାଡ, ନିୟମ କୋହଳ କରିବା ଆଦି ବିଭିନ୍ନ ବିଷୟ ଯୋଗୁ ରାଜ୍ୟରେ ଷ୍ଟାର୍ଟ ଅପ୍‌ କ୍ଷେତ୍ରରେ ଅଗ୍ରଗତି ହୋଇଛି। ୨୭ ରାଜ୍ୟ ଓ ୩ଟି କେନ୍ଦ୍ର ଶାସିତ ଅଞ୍ଚଳ ମଧ୍ୟରେ ହୋଇଥିବା ପ୍ରତିଯୋଗିତାରେ ଓଡିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଥିବା ବୈଠକରେ ସୂଚନା ଦିଆଯାଇଛି। ଏହାକୁ ଆହୁରି କ୍ରିୟାଶୀଳ କରିବା ପାଇଁ ରାଜ୍ୟର ବଡ ବଡ ସହରରେ ଷ୍ଟାର୍ଟ ଅପ୍‌ ହବ୍‌ ସ୍ଥାପନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଓଡିଶା ଷ୍ଟାର୍ଟ ଅପ୍‌ ପୋର୍ଟାଲ ମାଧ୍ୟମରେ ୫୯୨ ଷ୍ଟାର୍ଟ ଅପ୍‌ ଭେଞ୍ଚର ପଞ୍ଜୀକୃତ ହୋଇଛି। ସେଥିମଧ୍ୟରୁ ୪୨୩କୁ ଷ୍ଟାର୍ଟ ଅପ୍‌ କାଉନସିଲ ଅନୁମୋଦନ ଦେଇଛି। ଏଥିରେ ୧୩୮ ମହିଳା ଷ୍ଟାର୍ଟ ଅପ୍‌ ରହିଛି। ୭୩ ଷ୍ଟାର୍ଟ ଅପ୍‌କୁ ଆର୍ଥିକ ସହାୟତା ପାଇଁ ସୁଯୋଗ ଦିଆଯାଇଛି। ଉକ୍ତ ଷ୍ଟାର୍ଟ ଅପ୍‌ଗୁଡିକ ମଧ୍ୟରୁ ୧୮ ପ୍ରତିଶତ ସୂଚନା ପ୍ରଯୁକ୍ତି ବିଦ୍ୟା, ୯ ପ୍ରତିଶତ ସ୍ବାସ୍ଥ୍ୟ କ୍ଷେତ୍ର, ୯ ପ୍ରତିଶତ ଗ୍ରୀନ ଟେକ୍ନୋଲୋଜି, ୬ ପ୍ରତିଶତ କୃଷି, ୬ ପ୍ରତିଶତ ଖାଦ୍ୟ ପ୍ରକ୍ରିୟାକରଣ, ୫ ପ୍ରତିଶତ ଶିକ୍ଷା, ୩ ପ୍ରତିଶତ ପର୍ଯ୍ୟଟନ ଓ ୩୮ ପ୍ରତିଶତ ଅନ୍ୟାନ୍ୟ କ୍ଷେତ୍ରରୁ ଆସିଥିବା ସୂଚନା ଦିଆଯାଇଥିଲା। ବୈଠକରେ ଅର୍ଥ ସଚିବ, ସୂଚନା ପ୍ରଯୁକ୍ତିବିଦ୍ୟା ସ୍ବତନ୍ତ୍ର ସଚିବ ଓ ଏସଟିପିଆଇ, ବିପିୟୁଟିର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri