ଷ୍ଟାର୍ଟଅପ୍‌ ଇକୋସିଷ୍ଟମରେ ନିବେଶ ଲାଗି ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

ନୂଆଦିଲ୍ଲୀ,୩୦-୧୦: ଭାରତରେ ଏକ ଶକ୍ତିଶାଳୀ ଷ୍ଟାର୍ଟଅପ୍‌ ଇକୋସିଷ୍ଟମ ରହିଥିବା ବେଳେ ଏହାର ସୁବିଧା ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱସ୍ତରର ନିବେଶକଙ୍କୁ ମଙ୍ଗଳବାର ଆହ୍ବାନ ଜଣାଇଛନ୍ତି। ଭାରତର ଷ୍ଟାର୍ଟଅପ ବ୍ୟବସ୍ଥା ସାରା ବିଶ୍ୱରେ ତୃତୀୟ ସର୍ବବୃହତ୍ତ। ଏଭଳି ସ୍ଥିତିରେ ଦେଶର ଉଦ୍ଭାବନ କ୍ଷେତ୍ରରେ ନିବେଶ ଦ୍ୱାରା ବୃହତ୍ତ ପରିମାଣର ରିଟର୍ନ ଆସିବ ବୋଲି ସୌଦି ଆରବଠାରେ ଅନୁଷ୍ଠିତ ହେଉଥିବା ଫ୍ୟୁଚର ଇନଭେଷ୍ଟମେଣ୍ଟ ଇନିସିଏଟିଭ(ଏଫ୍‌ଆଇଆଇ) କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୋଦି ଏହା କହିଛନ୍ତି।
ଦେଶର ଷ୍ଟାର୍ଟଅପ୍‌ ଉପରେ ମତ ରଖି ସେ ଆହୁରି କହିଛନ୍ତି ଯେ, ଦେଶର ଟାୟାର-୨ ଏବଂ ୩ ସହରଗୁଡିକରେ ଷ୍ଟାର୍ଟଅପ୍‌ଗୁଡିକ ପ୍ରତିଷ୍ଠା ହେଉଛି। ଉକ୍ତ ସଂସ୍ଥାଗୁଡିକରେ ବିଶ୍ୱ ସ୍ତରୀୟ ନିବେଶ ହେଉଛି। ଦେଶର ଛୋଟଛୋଟ ସହରଗୁଡିକ ଏବେ ଅଭିବୃଦ୍ଧି ଇଞ୍ଜିନ ଭାବେ ଉଭା ହୋଇଛନ୍ତି। ଭାରତରେ ଦକ୍ଷ ମାନବ ସମ୍ବଳ ରହିଥିବାରୁ ଏଠାକୁ ନିବେଶ ଲାଗି ବିଶ୍ୱସ୍ତରୀୟ କମ୍ପାନୀ ପସନ୍ଦ କରୁଛନ୍ତି।
ସେ କହିଛନ୍ତି, ଦେଶରେ ପାଇପ ଲାଇନ, ଗ୍ୟାସ ଟର୍ମିନାଲ ଏବଂ ରିଫାଇନିଂ ଭଳି କ୍ଷେତ୍ରରେ ୨୦୨୪ ସୁଦ୍ଧା ୧୦୦ ବିଲିୟନ ଡଲାର ନିବେଶ ହେବ। ସୌଦି ଆରବର ଆରାମକୋ କମ୍ପାନୀ ଦେଶର ଓ୍ବେଷ୍ଟ କୋଷ୍ଟ ରିଫାଇନେରୀ ପ୍ରକଳ୍ପରେ ନିବେଶ ଲାଗି ନିଷ୍ପତ୍ତି ନେଇ ଥିବାରୁ ଖୁସି ଥିବା ସେ ମତ ରଖିଛନ୍ତି। ଆଗାମି ୪ ବର୍ଷରେ ଦେଶର ୪୦୦ ନିୟୁତ ଲୋକଙ୍କୁ ଦକ୍ଷତା ତାଲିମ ଦିଆଯିବ। ଏହା ଦ୍ୱାରା କମ୍ପାନୀଗୁଡ଼ିକ ଦକ୍ଷ ମାନବ ସମ୍ବଳ ପାଇପାରିବେ। ଭାରତକୁ ୫ ଟ୍ରିଲିୟନ ଡଲାର ଅର୍ଥନୀତି ଭାବେ ଗଢି ତୋଳିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri