ଷ୍ଟେଶନ-ବସ୍‌ଷ୍ଟାଣ୍ଡ-ବିମାନବନ୍ଦରକୁ ଯିବାକୁ ନାହିଁ କଟକଣା: ଗାଡ଼ିକୁ ମିଳିଲା ୨୪ ଘଣ୍ଟିଆ ପରିବହନ ଅନୁମତି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଷ୍ଟେଶନ, ବସ୍‌ଷ୍ଟାଣ୍ଡ ଓ ବିମାନବନ୍ଦରକୁ ଯିବାକୁ ଗାଡ଼ି କଟକଣା ନାହିଁ। ଟ୍ୟାକ୍ସି, ଅଟୋ, ବସ୍‌ ଯା’ଆସ କରିବାକୁ ୨୪ ଘଣ୍ଟିଆ ଅନୁମତି ମିଳିଛି। ଏଣୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ ସେମାନଙ୍କ ଉପରେ କର୍ଫ୍ୟୁ କଟକଣା ନାହିଁ। ଯାତ୍ରୀ ଯିବା ଆସିବାରେ କୌଣସି ବାଧା ରହିବ ନାହିଁ ବୋଲି ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ପ୍ରଦୀପ ଜେନା କହିଛନ୍ତି।

ସେ କହିଛନ୍ତି, ରାଜ୍ୟ ଭିତରେ ଦୁଇ ଚକିଆ ଯାନ, ଘରୋଇ କାର୍‌ , ସରକାରୀ ଗାଡ଼ି, ଟ୍ୟାକ୍ସି, ଅଟୋ ରିକ୍ସା ଚାଲିବ। କିନ୍ତୁ ଚାରିଚକିଆ ଯାନରେ ୨ଜଣ ଯାତ୍ରୀ ଯାତ୍ରା କରିପାରିବେ। ରାଜ୍ୟରେ ଅନ୍ୟ ବସ୍‌ ଚାଲିବାକୁ ଅନୁମତି ମିଳିଛି। ସୋମବାରଠାରୁ ବସ୍‌ ଚଳାଚଳକୁ ଅନୁମତି ଦିଆଯାଇଛି। ହେଲେ ଗାଡ଼ିରେ ସିଟ୍‌ କ୍ଷମତାରୁ ଅଧିକ ଲୋକ ଯାଇପାରିବେ ନାହିଁ। କୌଣସି ଯାତ୍ରୀ ଛିଡ଼ା ହୋଇ ଯିବେ ନାହିଁ। ଏହାକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଟ୍ରାନ୍ସପୋର୍ଟ କମିଶନର ଏବଂ ରାଜ୍ୟ ପୋଲିସ ବ୍ୟବସ୍ଥାକୁ ସଜାଗ କରାଯାଇଛି। ସେମାନେ ଏହା ଉପରେ ନଜର ରଖିବେ। ରାଜ୍ୟରେ ଟ୍ରେନ୍‌ ଚଳାଚଳକୁ ମଧ୍ୟ ଅନୁମତି ଦିଆଯାଇଛି। ସେହିଭଳି ବିମାନବନ୍ଦର, ରେଳଷ୍ଟେଶନରୁ ଯାତ୍ରୀ ନେବାଆଣିବା ଲାଗି ଘରୋଇ ଗାଡ଼ି, ଟ୍ୟାକ୍ସିକୁ ଯିବା ଅନୁମତି ଦିଆଯାଇଛି। ଏମାନେ କଫ୍ୟୁ ସମୟରେ ବି ଯାତ୍ରା କରିପାରିବେ। କିନ୍ତୁ ଯାତ୍ରା କରିବା ସମୟରେ ମାସ୍କ ବ୍ୟବହାର କରନ୍ତୁ। ସାନିଟାଇଜର ରଖନ୍ତୁ। ଖିଲାପ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯାତ୍ରୀଙ୍କଠାରେ କୋଭିଡ-୧୯ର ଲକ୍ଷଣ ଥିଲେ ତାକୁ ଯିବାକୁ ଦିଆଯିବ ନାହିଁ ବୋଲି ରବିବାର ଖବରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri