ଷ୍ଟେଶନରୁ ପିଲା ଚୋରି

ବାଲେଶ୍ୱର ଅଫିସ, ୫।୧୦: ବାଲେଶ୍ୱର ରେଳଷ୍ଟେଶନ ୧ ନଂ. ପ୍ଲାଟଫର୍ମରୁ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମା’ ପାଖରେ ଶୋଇଥିବା ଏକ ୩ମାସର ପୁଅକୁ ଚୋରି କରିନେଇଥିବା ରେଳବାଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ମାମଲା (ନଂ. ୬୨/୧୯) ରୁଜୁ କରାଯାଇଛି। ପୋଲିସ ପକ୍ଷରୁ ସିସିଟିଭି ଯାଞ୍ଚ କରାଯାଇ ଜଣକୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି। ଘଟଣାର ୨ଦିନ ବିତିଯାଇଥିଲେ ବି ଶିଶୁକୁ ଉଦ୍ଧାର କରିବାରେ ପୋଲିସ୍‌ ବିଫଳ ହୋଇଛି।
ଜଳେଶ୍ୱର ଅଞ୍ଚଳର ସୀତା ମାରାଣ୍ଡି ନାମ୍ନୀ ମହିଳା କିଛିଦିନ ହେଲା ବାଲେଶ୍ୱର ସହର ସହଦେବଖୁଣ୍ଟା ମଡ଼େଲ ଥାନା ଗୁଧିବସାରେ ଭଡ଼ାରେ ରହି ଲୋକମାନଙ୍କ ଘରେ କାମ କରି ଚଳୁଥିଲେ। ଗତ ଗୁରୁବାର ରାତିରେ ସେ ଘରକୁ ଫେରି ନ ପାରି ନିଜର ପୁଅ ସହ ରେଳଷ୍ଟେଶନର ୧ନଂ. ପ୍ଲାଟଫର୍ମରେ ଶୋଇଥିଲେ। ସୀତାଙ୍କ ନିଦ ଲାଗିଯାଇଥିବା ବେଳେ ଏହାର ସୁଯୋଗ ନେଇ କେହି ଦୁର୍ବୃତ୍ତ ପୁଅକୁ ତାଙ୍କ କୋଳରୁ ଉଠାଇ ନେଇଯାଇଥିଲେ। ନିଦ ଭାଙ୍ଗିବା ପରେ ସୀତା ତାଙ୍କ ପୁଅଙ୍କୁ ଖୋଜି ନ ପାଇବାରୁ ରେଳବାଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରିବା ସହ ସିସିଟିଭି ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି। ଏନେଇ ରେଳବାଇ ଥାନା ଏସ୍‌ଆଇ ଇନ୍ଦୁମତୀ ଶୁକ୍ଳା କହିଛନ୍ତି, ଶିଶୁପୁତ୍ର ଚୋରି ହୋଇଥିବା ଅଭିଯୋଗ ପାଇବା ପରେ ସନ୍ଦେହରେ ଜଣଙ୍କୁ ଅଟକ ରଖି ତଦନ୍ତ କରାଯାଉଛି। ଖୁବ୍‌ଶୀଘ୍ର ଶିଶୁକୁ ଉଦ୍ଧାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri