Posted inଖେଳ

ଷ୍ଟୋକ୍ସଙ୍କୁ ନାଇଟ୍‌ ଉପାଧି ମିଳିବ

ଲଣ୍ଡନ, ୧୭।୭(ପି.ଟି.)- ବିଶ୍ୱକପ୍‌ ହିରୋ ଇଂଲଣ୍ଡ ଅଲ୍‌ରାଉଣ୍ଡର ବେନ୍‌ ଷ୍ଟେକ୍ସଙ୍କୁ ନାଇଟ୍‌ ଉପାଧି ପ୍ରଦାନ କରାଯିବ। ଦିନିକିଆ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଷ୍ଟୋକ୍ସ ଜବରଦସ୍ତ ପ୍ରଦର୍ଶନ କରିଥିଲେ ଓ ଇଂଲଣ୍ଡକୁ ଚାମ୍ପିୟନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ ସେ ୯୮ଟି ବଲର ସମ୍ମୁଖୀନ ହୋଇ ଉପଯୋଗୀ ୮୪ ରନ ସଂଗ୍ରହ କରିଥିଲେ ଓ ମ୍ୟାଚ୍‌କୁ ଟାଇ କରାଇବାରେ ସେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଷ୍ଟୋକ୍ସଙ୍କ ଏହି ସାହସିକ ପ୍ରଦର୍ଶନ ଇଂଲଣ୍ଡ ପ୍ରଧାନମନ୍ତ୍ରୀ ପଦ ଦୌଡ଼ରେ ଆଗରେ ଥିବା ଦୁଇ ପ୍ରାର୍ଥୀ ବୋରିସ୍‌ ଜନସନ ଓ ଜେରେମି ହଣ୍ଟଙ୍କୁ ବେଶ୍‌ ପ୍ରଭାବିତ କରିଛି।
ଷ୍ଟୋକ୍ସଙ୍କୁ ନାଇଟ ଉପାଧି ମିଳିବା ଉଚିତ ନେଇ ପ୍ରଶ୍ନ ହେବାକୁ ଜନସନ ‘ନିଶ୍ଚିତ ଭାବେ ହଁ’ ବୋଲି ଉତ୍ତର ଦେଇଛନ୍ତି। ହଣ୍ଟ ମଧ୍ୟ ଏହି ପ୍ରଶ୍ନର ସମାନ ଉତ୍ତର ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଏପର୍ଯ୍ୟନ୍ତ କ୍ରିକେଟରେ ଅବଦାନ ପାଇଁ ୧୧ଜଣ ଇଂଲଣ୍ଡ କ୍ରିକେଟରଙ୍କୁ ନାଇଟ୍‌ ଉପାଧିରେ ଭୂଷିତ କରାଯାଇଛି। ଶେଷଥର ପାଇଁ ପୂର୍ବତନ ଟେଷ୍ଟ ଓ ଦିନିକିଆ ଅଧିନାୟକ ଆଲିଷ୍ଟର କୁକ୍‌ଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ୨୮ ବର୍ଷୀୟ ଷ୍ଟୋକ୍ସ ବ୍ରିଷ୍ଟଲରେ ଏକା ମାରପିଟ୍‌ ଘଟଣା ପାଇଁ ତଦନ୍ତର ସମ୍ମୁଖୀନ ହୋଇଥିଲେ ଓ ୨୦୧୭-୧୮ ଆଶେସ ଖେଳିବାରୁ ବଞ୍ଚିତ ହୋଇଥିଲେ। ତେବେ ପରେ ସେ ଏଥିରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ। ଷ୍ଟୋକ୍ସ ସଦ୍ୟସମାପ୍ତ ବିଶ୍ୱକପ୍‌ରେ ମୋଟ ଉପରେ ୪୬୫ ରନ ସଂଗ୍ରହ କରିବା ସହ ୭ଟି ଉଇକେଟ ଅକ୍ତିଆର କରିଥିଲେ। ଅଧିନାୟକ ଇଅନ ମୋର୍ଗାନ ଷ୍ଟୋକ୍ସଙ୍କ ପ୍ରଦର୍ଶନକୁ ଭୂୟସୀ ପ୍ରଶଂସା କରିଛନ୍ତି। ଷ୍ଟୋକ୍ସଙ୍କୁ ସେ ଅସାଧାରଣ ଓ ଅତିମାନବୀୟ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri