ସଂକ୍ରମଣର ଭୟ ଥିବାରୁ ନିର୍ମାଣ ହେଉଛି ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ: ଏବେସୁଦ୍ଧା ୨୪ଟି କାର୍ଯ୍ୟକ୍ଷମ, ୧୧ଟିର ନିର୍ମାଣ ଚାଲିଛି

ଭୁବନେଶ୍ୱର,୧୬।୪(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣକୁ ପ୍ରତିହତ କରିବା ଲାଗି ରାଜ୍ୟ ତଥା ଜିଲା ସ୍ତରରେ ୩୫ଟି କୋଭିଡ୍‌ ଡାକ୍ତରଖାନା ପ୍ରତିଷ୍ଠା ହେବାକୁ ନିଷ୍ପତ୍ତି ନିଆଯାଇଥିଲା। ବର୍ତ୍ତମାନସୁଦ୍ଧା ସେଥିରୁ ୨୪ଟି ଅପରେଶନାଲ୍‌(କାର୍ଯ୍ୟକ୍ଷମ) ହୋଇଥିବା ବେଳେ ୧୧ଟିର ନିର୍ମାଣ କାର୍ଯ୍ୟ ଜାରି ରହିଛି। ୨୧ ଜିଲାରେ ନିର୍ମିତ ହୋଇଥିବା କାର୍ଯ୍ୟକ୍ଷମ ହସ୍ପିଟାଲରେ ୩୯୫୧ଟି ଶଯ୍ୟା ପ୍ରସ୍ତୁତ ରହିଛି। ସେଥିରେ ୨୯୩ଟି ଆଇସିୟୁ ବେଡ୍‌ ରହିଛି। ସେହିଭଳି ୧୧ଟି ଜିଲାରେ ୧୧ଟି ହସ୍ପିଟାଲ ନିର୍ମାଣ ହେବାକୁ ଯାଉଛି। ଏହି ହସ୍ପିଟାଲଗୁଡ଼ିକରେ ୧୮୭୦ ଶଯ୍ୟା ରହିବ। ସେଥିରୁ ୭୩ଟି ଆଇସିୟୁ ବେଡ୍‌ ରହିବ। ଏହାଦ୍ୱାରା ପ୍ରତି ଜିଲାରେ ରୋଗୀ ଚିହ୍ନଟ ହେବା ପରେ ଉକ୍ତ ଜିଲାରେ ହିଁ ତାଙ୍କର ଚିକିତ୍ସା କରାଯିବ। ୩/୪ ଭିତରେ ଅବଶିଷ୍ଟ ଡାକ୍ତରଖାନା କାର୍ଯ୍ୟକ୍ଷମ ହେବ। ତେବେ ଏଥିପାଇଁ ସରକାରୀ ସ୍ଥାନଗୁଡ଼ିକୁ ଚିହ୍ନଟ କରାଯାଇ ସ୍ବତନ୍ତ୍ର କୋଭିଡ-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି।

ରାଜ୍ୟରେ ଏକାଧିକ ବଡ ଡାକ୍ତରଖାନା ଥିଲେ ହେଁ ସଂକ୍ରମଣ ହେବାର ସମ୍ଭାବନା ଥିବାରୁ ସ୍ବତନ୍ତ୍ର କୋଭିଡ-୧୯ ପାଇଁ ସ୍ବତନ୍ତ୍ର ହସ୍ପିଟାଲ ନିର୍ମାଣ କରାଯାଉଛି। ବଲାଙ୍ଗିର, ବାଲେଶ୍ୱର, ଭଦ୍ରକ, କଟକ, ଡୁବୁରୀ, କନ୍ଧମାଳ, ଯୋଡା, ଭୁବନେଶ୍ୱର, ପୁରୀ, ରାଉରକେଲା, ଦେଓଗଡ଼, ଗଜପତି, ଗଞ୍ଜାମ, କୋରାପୁଟର ଜୟପୁର, ମାଲାକାନଗିରି, ରାୟଗଡ଼ା କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ମୟୂରଭଞ୍ଜ ଜିଲାର ବାରିପଦାଠାରେ ଡାକ୍ତରଖାନା ନିର୍ମାଣକାର୍ଯ୍ୟ ଶେଷ ହେବା ସହ ସ୍ବାସ୍ଥ୍ୟ କର୍ମଚାରୀ ପ୍ରସ୍ତୁତ ରହିଛନ୍ତି। ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, କେଉଁଝର, ତାଳଚେର, ପାରାଦୀପ, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼, ବରଗଡ଼, ଅନୁଗୋଳ ଆଦି ୧୧ଟି ସ୍ଥାନରେ କୋଭିଡ ହସ୍ପିଟାଲ ନିର୍ମାଣାଧିନ ରହିଛି। ଆସନ୍ତା ୨୦ ତାରିଖ ମଧ୍ୟରେ ସେଗୁଡ଼ିକ ମଧ୍ୟ କାର୍ଯ୍ୟକ୍ଷମ ହେବ ବୋଲି ଆଶା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି 

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ  ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri