ସଂଗରୋଧ କେନ୍ଦ୍ରରୁ ଘରକୁ ଫେରିବାର ୩ ଦିନ ପରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ବେତନଟୀ,୨୮।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଏସ୍‌ଏସ୍‌ ନହଣ୍ଡାଶୋଲ ପଞ୍ଚାୟତର ଭାଲୁବସା ଗ୍ରାମର ପରେଶ ଚନ୍ଦ୍ର ମହାନ୍ତ(୫୫)ଙ୍କ ବୁଧବାର ବିଳମ୍ବିତ ରାତ୍ରିରେ ନିଜ ଘରେ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲା ବେଳେ ଏହା କରୋନା ଜନିତ ବୋଲି ସ୍ଥାନୀୟ ଗ୍ରାମବାସୀ ସନ୍ଦେହ କରୁଛନ୍ତି। ଏଥିନେଇ ବେତନଟୀ ପୋଲିସ(ମାମଲା ନଂ-୧୧୯/୨୦)ରୁଜୁ କରିଛି। ସେହିଭଳି ବାରିପଦାରୁ ସାଇଣ୍ଟିଫିକ ଟିମ୍‌ ତଦନ୍ତ ପାଇଁ ଭାଲୁବସା ଆସୁଥିବାର ସୂଚନା ମିଳିଛି l ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି l

ସୂଚନାନୁଯାୟୀ, ପରେଶ ଗୁଜୁରାଟର ସୁରଟଠାରେ ଥିବା ଏକ କମ୍ପାନୀରେ ରୋଷେୟା ଭାବେ କାର୍ଯ୍ୟ କରୁଥିଲେ। ସେ ପ୍ରାୟ ୧୦ଦିନ ପୂର୍ବରୁ ସୁରଟରୁ ଫେରି ବେତନଟୀ ବ୍ଲକର ଗରୁଡ଼ବସାଠାରେ ଥିବା ଆଦର୍ଶବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ୭ ଦିନ ରହିଥିଲେ l ସେଠାରେ ୭ଦିନ ପୁରିବାପରେ ନିଜ ଘର ଭାଲୁବସା ଗ୍ରାମକୁ ଫେରି ଆସିଥିଲେ l ଫେରିବାର ୩ଦିନ ଅର୍ଥାତ ବୁଧବାର ବିଳମ୍ବିତ ରାତ୍ରିରେ ତାଙ୍କର ମୃତ୍ୟୁ ଘଟିଛି। ନହଣ୍ଡାଶୋଳ ସରପଞ୍ଚଙ୍କ କହିବା ଅନୁସାରେ ସଙ୍ଗରୋଧ କେନ୍ଦ୍ରରେ ତାଙ୍କର କରୋନା ରୋଗର ଲକ୍ଷଣ ଦେଖାଯାଇ ନ ଥିବାରୁ ରକ୍ତ ନମୁନା ମଧ୍ୟ ପରୀକ୍ଷା ପାଇଁ ଯାଇ ନ ଥିଲା l ମାତ୍ର ସୁରଟରୁ ମୟୁରଭଞ୍ଜକୁ ଫେରିଥିବା ଲୋକଙ୍କ କରୋନା ପଜିଟିଭ୍‌ ବାହାରିଥିବା ବେଳେ ଏହାକୁ ସନ୍ଦେହ କରି ଭାଲୁବସା ଗ୍ରାମବାସୀ ତାଙ୍କ ଘରକୁ ଯିବାକୁ ଭୟ କରୁଥିଲେ। ଏପରିକି ତାଙ୍କ ମୃତ୍ୟୁ ପରେ ମଧ୍ୟ ମୃତଦେହ ନିକଟକୁ ସେମାନେ ଆସି ନ ଥିଲେ l ପରେଶଙ୍କ ସ୍ତ୍ରୀ ସୋମବାରୀ ମହାନ୍ତଙ୍କ ଅଭିଯୋଗକ୍ରମେ ଏବେ ବେତନଟୀ ଥାନାରେ ମାମଲା ହୋଇଅଛି l


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri