ସଂଘବଦ୍ଧ ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ ୨ ବର୍ଷ ସଶ୍ରମ କାରାଦଣ୍ଡ

ଦିଗପହଣ୍ଡି,(ଡି.ଏନ.ଏ.)/ପାଟପୁର,୧୧ା୧୨-ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମରେ ୨୦୦୪ ଏପ୍ରିଲ ୧୨ ରେ ଘଟିଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଗତ କିଛିଦିନ ହେଲା ଦିଗପହଣ୍ଡି ସବ୍‌ ଜେଲରେ ବିଚାରାଧୀନ ଅନ୍ତେବାସୀ ଭାବେ ରହିଥିବା ପ୍ରତାପଗିରି ଗ୍ରାମର କୃଷ୍ଣ ନାୟକଙ୍କୁ ମଙ୍ଗଳବାର ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ମାଜିଷ୍ଟ୍ରେଟ ବିଷ୍ଣୁ ପ୍ରସାଦ ଦେବତା ୨ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣା ଦିନ ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଗ୍ରାମରେ ନିର୍ବାଚନ ପ୍ରଚାର ପାଇଁ ବାଜା ବଜାଇବାକୁ କେନ୍ଦ୍ରକରି ଲିଙ୍ଗା ନାୟକଙ୍କ ଘର ସମ୍ମୁଖରେ ଦୟା ନାୟକ ଓ ଅଭି ନାୟକଙ୍କ ମଧ୍ୟରେ ମାରପିଟ ହେଉଥିଲା। ମନୁ ନାୟକ ଓ ଅରକ୍ଷିତ ନାୟକ ଛଡ଼ାଇବାକୁ ଯିବାରୁ ତାଙ୍କୁ କୃଷ୍ଣଙ୍କ ସମେତ ଅନ୍ୟ ୭ ଜଣ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। କାତି ଚୋଟରେ ମନୁ ଓ ଅରକ୍ଷିତ ଗୁରୁତର ହୋଇଥିଲେ। ପାଟପୁର ପୋଲିସ ପହଞ୍ଚିବା ପରେ ମନୁ ନାୟକଙ୍କ ସ୍ତ୍ରୀ ଉର୍ମିଳା ଏତଲା ଦେଇଥିଲେ। ଥାନା ମାମଲା ନଂ. ୫୫/୦୪ ଦଫା ୧୪୭/୧୪୮/୧୪୯/୩୪୧/୩୩୭/୩୨୪/ଅନୁଯାୟୀ ଅଭିଯୁକ୍ତମାନଙ୍କ ନଁାରେ ମକଦ୍ଦମା ରୁଜୁ କରାଯାଇଥିଲା। ତତ୍କାଳୀନ ଥାନା ଅଧିକାରୀ କୁଞ୍ଜ ବିହାରୀ ପଟ୍ଟନାୟକ ଘଟଣାର ତଦନ୍ତ କରି ନଂ. ୯୬/୦୪ ଅନୁଯାୟୀ ସମସ୍ତ ଅଭିଯୁକ୍ତମାନଙ୍କ ବିରୋଧରେ କୋର୍ଟରେ ଚାର୍ଜଶିିଟ ଦାଖଲ କରିଥିଲେ। ସମୁଦାୟ ୯ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ମାଜିଷ୍ଟ୍ରେଟ ଅଭିଯୁକ୍ତଙ୍କୁ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ପୂର୍ବରୁ ଏହି ମାମଲାରେ ୭ ଜଣଙ୍କ ବିରୋଧରେ ଦଣ୍ଡାଦେଶର ଶୁଣାଣି କରାଯାଇଛି। ଏହି ମାମଲାରେ ସରକାରଙ୍କ ପକ୍ଷରୁ ଏପିପି ସତ୍ୟନାରାୟଣ ରଥ, ଦୀପକ କୁମାର ସେଠୀ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri