ଦିଗପହଣ୍ଡି,(ଡି.ଏନ.ଏ.)/ପାଟପୁର,୧୧ା୧୨-ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମରେ ୨୦୦୪ ଏପ୍ରିଲ ୧୨ ରେ ଘଟିଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଗତ କିଛିଦିନ ହେଲା ଦିଗପହଣ୍ଡି ସବ୍ ଜେଲରେ ବିଚାରାଧୀନ ଅନ୍ତେବାସୀ ଭାବେ ରହିଥିବା ପ୍ରତାପଗିରି ଗ୍ରାମର କୃଷ୍ଣ ନାୟକଙ୍କୁ ମଙ୍ଗଳବାର ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ମାଜିଷ୍ଟ୍ରେଟ ବିଷ୍ଣୁ ପ୍ରସାଦ ଦେବତା ୨ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣା ଦିନ ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଗ୍ରାମରେ ନିର୍ବାଚନ ପ୍ରଚାର ପାଇଁ ବାଜା ବଜାଇବାକୁ କେନ୍ଦ୍ରକରି ଲିଙ୍ଗା ନାୟକଙ୍କ ଘର ସମ୍ମୁଖରେ ଦୟା ନାୟକ ଓ ଅଭି ନାୟକଙ୍କ ମଧ୍ୟରେ ମାରପିଟ ହେଉଥିଲା। ମନୁ ନାୟକ ଓ ଅରକ୍ଷିତ ନାୟକ ଛଡ଼ାଇବାକୁ ଯିବାରୁ ତାଙ୍କୁ କୃଷ୍ଣଙ୍କ ସମେତ ଅନ୍ୟ ୭ ଜଣ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। କାତି ଚୋଟରେ ମନୁ ଓ ଅରକ୍ଷିତ ଗୁରୁତର ହୋଇଥିଲେ। ପାଟପୁର ପୋଲିସ ପହଞ୍ଚିବା ପରେ ମନୁ ନାୟକଙ୍କ ସ୍ତ୍ରୀ ଉର୍ମିଳା ଏତଲା ଦେଇଥିଲେ। ଥାନା ମାମଲା ନଂ. ୫୫/୦୪ ଦଫା ୧୪୭/୧୪୮/୧୪୯/୩୪୧/୩୩୭/୩୨୪/ଅନୁଯାୟୀ ଅଭିଯୁକ୍ତମାନଙ୍କ ନଁାରେ ମକଦ୍ଦମା ରୁଜୁ କରାଯାଇଥିଲା। ତତ୍କାଳୀନ ଥାନା ଅଧିକାରୀ କୁଞ୍ଜ ବିହାରୀ ପଟ୍ଟନାୟକ ଘଟଣାର ତଦନ୍ତ କରି ନଂ. ୯୬/୦୪ ଅନୁଯାୟୀ ସମସ୍ତ ଅଭିଯୁକ୍ତମାନଙ୍କ ବିରୋଧରେ କୋର୍ଟରେ ଚାର୍ଜଶିିଟ ଦାଖଲ କରିଥିଲେ। ସମୁଦାୟ ୯ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ମାଜିଷ୍ଟ୍ରେଟ ଅଭିଯୁକ୍ତଙ୍କୁ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ପୂର୍ବରୁ ଏହି ମାମଲାରେ ୭ ଜଣଙ୍କ ବିରୋଧରେ ଦଣ୍ଡାଦେଶର ଶୁଣାଣି କରାଯାଇଛି। ଏହି ମାମଲାରେ ସରକାରଙ୍କ ପକ୍ଷରୁ ଏପିପି ସତ୍ୟନାରାୟଣ ରଥ, ଦୀପକ କୁମାର ସେଠୀ ମାମଲା ପରିଚାଳନା କରୁଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…
ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ
ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

