ସଂଘବଦ୍ଧ ଆକ୍ରମଣରେ ୬ ଗୁରୁତର

ଭୋଗରାଇ,୪।୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ମନ୍ଦାରସାହିପାଟଣା ୭ନଂ. ୱାର୍ଡ଼ରେ ରବିବାର ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ମହିଳା ଅଛନ୍ତି। ସେମାନଙ୍କୁ ଗାଁଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଭୋଗରାଇ ପୋଲିସ ଏହି ଘଟଣାରେ ପୃଥକ ଭାବେ ଦୁଇଟି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି।
ଏହି ଗ୍ରାମର ଏକ ବ୍ୟକ୍ତିଗତ ସ୍ଥାନରେ ସରକାରୀ ନଳକୂପ ବସାଯାଇ ଉଦ୍‌ବୃତ୍ତ ପାଣି ରାସ୍ତା ଉପରକୁ ଛଡାଯାଉଥିବାରୁ କେତେକ ଗ୍ରାମବାସୀ ଏହାର ପ୍ରତିବାଦ କରିଆସୁଥିଲେ। ଏହି ସ୍ଥାନରେ ମସ୍‌ଜିଦ୍‌ ଥିବାରୁ ସେଠାରେ ପରିଷ୍କାର ପରିଚ୍ଛନ୍ନତା ପାଇଁ ଗାଁର ଲୋକେ ଉଦ୍‌ବୃତ୍ତ ପାଣିକୁ ସ୍ଥାୟୀ ଭାବେ ନିଷ୍କାସନ ପାଇଁ ଦାବି କରିଆସୁଥିଲେ ମଧ୍ୟ କେତେକ ବ୍ୟକ୍ତି ଏହାକୁ ବିରୋଧ କରିଥିଲେ। ଏଭଳି ସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଗୋଷ୍ଠୀ ସଂଘର୍ଷରେ ପ୍ରତିପକ୍ଷ ଭାନୁ ସାହା, ଗୁଲୋ ବିବି, ମୀର ଏକ୍ରାମ୍‌, ହୋସେନ୍‌ ସାହା, ହାସମତ ସାହା ଓ ଫରିଦା ବିବିଙ୍କୁ ଖଣ୍ଡା, ଲୁହାରଡ଼, କଟୁରୀ ଆଦି ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ସେଠାରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବା ବେଳେ ନିୟନ୍ତ୍ରଣାଧୀନ ରହିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri