ସଂପ୍ରସାରଣ ସରିଲାଣି, ରାସ୍ତା ମଝିରୁ ହଟୁନି ଖୁଣ୍ଟ

ଜୟପୁର,୧୨।୨(ନି.ପ୍ର.) – ଜୟପୁର ସହରର ରାସ୍ତା ସଂପ୍ରସାରଣ କାମ ସରିଲା। କିନ୍ତୁ ରାସ୍ତା ମଝିରୁ ହଟିଲାନି ବିଦ୍ୟୁତ ଖୁଣ୍ଟ ଓ ନଳକୂପ। ପ୍ରଶାସନିକ ଅବହେଳା ଯୋଗୁ ୩ ବର୍ଷ ହେବ ସାଧାରଣ ଲୋକେ ଏହି କାରଣରୁ ହଇରାଣ ହେବା ସହ ଛୋଟ ବଡ଼ ଦୁର୍ଘଟଣା ମଧ୍ୟ ଘଟୁଛି।
୩ ବର୍ଷ ତଳେ ଜୟପୁର ସହରର ବେଲରୋଡରୁ ରାଞ୍ଚତ୍-ବିଜୟଓ୍ବାଡ଼ା କରିଡର ଯାଏ ରାସ୍ତା ସଂପ୍ରସାରଣ କରାଯାଇଥିଲା। ଜବରଦଖଲକାରୀଙ୍କୁ ହଟାଇବା ପରେ ରାସ୍ତା ନିର୍ମାଣ କାମ ହୋଇଥିଲା। ଯୋଜନା ମୁତାବକ ପ୍ରସାଦ ରାଓପେଟାରୁ କୁମ୍ଭାରସାହି ଶେଷ ଯାଏ ଥିବା ବିଦ୍ୟୁତ ଓ ଟେଲିଫୋନ ଖୁଣ୍ଟ, ନଳକୂପ ସ୍ଥାନାନ୍ତର କରାଯିବାର ଥିଲା। କିନ୍ତୁ ତାହା ଆଜି ଯାଏ ହୋଇପାରି ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍ଥାନୀୟ ବାସିନ୍ଦା ବାରମ୍ବାର ଅଭିଯୋଗ କଲେ ମଧ୍ୟ ପ୍ରଶାସନ ଶୁଣୁନାହିଁ। ୩୨୬ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରିବା ପାଇଁ ଏହି ରାସ୍ତାକୁ ୪୦ ଫୁଟ ଓସାର କରାଯାଇଥିବା ବେଳେ କାମ ଶେଷ ହେବା କ୍ଷଣି ଖୁଣ୍ଟକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ହୋଇଥିଲା। ପୌରାଞ୍ଚଳ ଅଧୀନରେ ଥିବା ଏହି ରାସ୍ତା ପୂର୍ତ୍ତି ବିଭାଗ ଅଧୀନକୁ ଯିବା ପରେ ଖୁଣ୍ଟ ହଟାଇବା ପାଇଁ ବିଭାଗ ପକ୍ଷରୁ ସାଉଥ୍‌କୋ ନିକଟରେ ସ୍ଥାନାନ୍ତର ପାଇଁ ଅଟକଳ ହୋଇଥିବା ଟଙ୍କା ପଇଠ କରାଯାଇଥିଲା। ଏହା ସତ୍ତ୍ୱେ ଏଯାବତ୍‌ ଖୁଣ୍ଟ ହଟିନାହିଁ। ଏ ସମ୍ପର୍କରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଆଲୋକ ରଞ୍ଜନ ସାମନ୍ତରାୟଙ୍କୁ ପଚାରିବାରୁ ସେ କହିଥିଲେ, ତୁରନ୍ତ ଖୁଣ୍ଟ ହଟାଇବାକୁ ସାଉଥ୍‌କୋ କର୍ତ୍ତୃପକ୍ଷଙ୍କୁ ଚିଠି କରି ଜଣାଇବି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri