Posted inଜାତୀୟ

ସଂରକ୍ଷଣ ରାୟକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୧୧ା୨(ପି.ଟି.): ନିଯୁକ୍ତି ଓ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ସୁବିଧା ଦେବାକୁ ରାଜ୍ୟଗୁଡ଼ିକ ବାଧ୍ୟ ନୁହନ୍ତି ବୋଲି ସୁପ୍ରିମକୋର୍ଟ ରାୟ ଦେଇଥିବାବେଳେ ଏହାକୁ ନେଇ ବିରୋଧୀ ଦଳ ସରକାରଙ୍କୁ ସମାଲୋଚନା କରିଛନ୍ତି। ସଂରକ୍ଷଣ ବ୍ୟବସ୍ଥାକୁ କାଏମ ରଖିବାରେ ସରକାର ବିଫଳ ହୋଇଥିବା ଲୋକ ସଭାରେ ବିରୋଧୀ ସଦସ୍ୟମାନେ ଅଭିଯୋଗ କରିବା ପରେ ସରକାର ଏହାକୁ ଖଣ୍ଡନ କରିଛନ୍ତି। ମାମଲାରେ ସରକାର ପକ୍ଷ ନ ଥିଲେ ବୋଲି ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ଥାଓ୍ବରଚାନ୍ଦ ଗେହଲଟ କହିଛନ୍ତି। ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗଙ୍କ ନିମନ୍ତେ ସଂରକ୍ଷଣ ପାଇଁ କେନ୍ଦ୍ର ସରକାର ପ୍ରତିବଦ୍ଧ ଓ ଉତ୍ସର୍ଗୀକୃତ। ଉତ୍ତରାଖଣ୍ଡରେ କଂଗ୍ରେସ ସରକାର ବେଳେ କୋର୍ଟ ଏହି ରୁଲିଂ ଦେଇଥିଲେ ବୋଲି ମନ୍ତ୍ରୀ କହିବା ପରେ ବିରୋଧୀ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ। ପ୍ରଶ୍ନୋତ୍ତର କାଳ ଆରମ୍ଭ ହେବାରୁ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କ ନେତୃତ୍ୱରେ ବିରୋଧୀମାନେ ପୁଣି ଥରେ ସଂରକ୍ଷଣ ପ୍ରସଙ୍ଗ ଉଠାଇଥିଲେ। ସମ୍ବେଦନଶୀଳ ପ୍ରସଙ୍ଗକୁ କଂଗ୍ରେସ ରାଜନୈତିକ ରୂପ ଦେବା ପାଇଁ ଉଦ୍ୟମ କରୁଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ ତଥା ଗୃହର ଉପନେତା ରାଜନାଥ ସିଂ କହିଥିଲେ।

‘ଅଜ୍ଞ ଡାକ୍ତରଙ୍କ ହାତରେ ଅର୍ଥବ୍ୟବସ୍ଥା’
ଦେଶର ମାନ୍ଦାବସ୍ଥାକୁ ନେଇ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ ସରକାରଙ୍କୁ ସୋମବାର ଟାର୍ଗେଟ କରିଛନ୍ତି। ମାନ୍ଦାବସ୍ଥା ଲାଗି ମୋଦି ସରକାର ଦାୟୀ ବୋଲି ସେ ଆରୋପ ଲଗାଇଛନ୍ତି। ଏବେ ଦେଶର ଆର୍ଥିକ ସ୍ବାସ୍ଥ୍ୟାବସ୍ଥା ସୁଧାରିବାକୁ ଥିବା ଡାକ୍ତର ଏବଂ ବିଶେଷଜ୍ଞମାନେ ସମ୍ପୂର୍ଣ୍ଣ ଅଜ୍ଞ ବୋଲି ସେ ମତ ଦେଇଛନ୍ତି। ୨୦୨୦-୨୧ ସାଧାରଣ ବଜେଟ ଆଲୋଚନା ଅବସରରେ ସେ ରାଜ୍ୟ ସଭାରେ କହିଛନ୍ତି ଯେ, ବରୋଜଗାର ଏବଂ ଚାହିଦା କମିବା ଭଳି ସ୍ଥିତି ଦେଇ ଦେଶ ବର୍ତ୍ତମାନ ଗତି କରୁଛି। ଏଥିଯୋଗୁ ଗରିବୀ ମଧ୍ୟ ବୃଦ୍ଧି ଘଟୁଛି। ଦେଶର ଅର୍ଥ ବ୍ୟବସ୍ଥା ଆଇସିୟୁକୁ ଚାଲି ଯାଇଥିବା ପୂର୍ବତନ ସିଇଏ ଅରବିନ୍ଦ ସୁବ୍ରମଣ୍ୟନ କହିଥିଲେ। ଚିଦାରମ୍ବରମ କହିଛନ୍ତି ଅର୍ଥ ବ୍ୟବସ୍ଥାକୁ ସରକାର ଆଇସିୟୁ ବାହାରେ ରଖିଛନ୍ତି। ଏହାର ଦେଖାରଖା କରିବାକୁ ଥିବା ଡାକ୍ତରମାନେ ଅଜ୍ଞ ଥିବାରୁ ବିଭିନ୍ନ ସମସ୍ୟା ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri