ସଂସ୍କାର ହେଉନି ଗୋପାଳିଆ କେନାଲ: ପାଣିରେ ବୁଡ଼ିଛି ଚାଷଜମି

ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଏଥିଯୋଗୁ ଧାନ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଗୋପାଳିଆ କେନାଲ ସଂସ୍କାର ହୋଇ ନ ଥିବାରୁ ଏ ପ୍ରକାର ସମସ୍ୟା ଉପୁଜିଛି। ଇଟାଗଡ଼ି ଗ୍ରାମବାସୀ ଗୁରୁବାର ଏ ସମ୍ପର୍କରେ ଭଦ୍ରକ ସାଳନ୍ଦୀ କେନାଲ ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କୁ ଜଣାଇଛନ୍ତି। ଚାଷଜମିରୁ ଜଳ ନିଷ୍କାସନ ପାଇଁ କେନାଲ ସଂସ୍କାର କରିବା ଦିଗରେ ପଦକ୍ଷେପ ନେବାକୁ ସେମାନେ ଦାବି ଜଣାଇଛନ୍ତି।
ପ୍ରକାଶ ଯେ, ଇଶାଣପୁରଠାରୁ କଷଟି ପର୍ଯ୍ୟନ୍ତ ଏକ ଢଳେଇ ରାସ୍ତା ନିର୍ମାଣ ଯୋଗୁ ଜଳ ନିଷ୍କାସନରେ ବାଧା ସୃଷ୍ଟି ହୋଇଛି। ଏଥିଯୋଗୁ ଇଟାଗଡ଼ି, କଷଟି ଓ ଦେଉଳା ମୌଜାର ୩ ଶହ ଏକରି ଚାଷଜମି ପାଣିରେ ବୁଡ଼ି ରହିଛି। ପୂର୍ବରୁ ଏ ସମ୍ପର୍କରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯିବା ପରେ କେନାଲ ଆଡ଼ିରେ ଏକ ବନ୍ଧ ନିର୍ମାଣ କରାଯାଇଥିଲା। ଉପରମୁଣ୍ଡରୁ ପାଣି ଛାଡ଼ିବା ଦ୍ୱାରା ଜଳ ନିଷ୍କାସନ ହୋଇ ନ ପାରି ବନ୍ଧଟି ଭାଙ୍ଗିଯାଇଥିଲା। କେନାଲ ବନ୍ଧ ହୋଇଥିବା ସ୍ଥାନର ଉତ୍ତରପାର୍ଶ୍ୱରେ ଥିବା କଲଭର୍ଟକୁ କେତେକ ଲୋକ ଢଳେଇ ପକାଇ ବନ୍ଦ କରିଦେଇଥିବାରୁ ଜଳ ନିଷ୍କାସନ ହୋଇପାରୁ ନ ଥିବା ଗଁା ଲୋକେ ଦର୍ଶାଇଛନ୍ତି। ଏହାଛଡ଼ା ଦୀର୍ଘଦିନ ଧରି କେନାଲ ସଂସ୍କାର ହୋଇ ନ ଥିବାରୁ ଏ ପ୍ରକାର ସମସ୍ୟା ସୃଷ୍ଟି ହୋଇଥିବା ଇଟାଗଡ଼ି ଗ୍ରାମର ଗଣେଶ ପ୍ରସାଦ ରାଉତ, କମଳାକାନ୍ତ ସେଠୀ, ସରୋଜ ଖୁଣ୍ଟିଆ, ଅଭିରାମ ସେଠୀ, ବସନ୍ତ କୁମାର ସେଠୀ, ଅକ୍ଷୟ ବେହେରା, କୈଳାସ ଚନ୍ଦ୍ର ସେଠୀ ଓ ସନ୍ତୋଷ କୁମାର ଜେନା ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri