ସକାଳୁ ଚା’ କରିବାବେଳେ ଗ୍ୟାସ୍‌ ସିଲିଣ୍ଡର ଫାଟିଲା

କେସିଙ୍ଗା,୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଅଧୀନ ଉତ୍କେଲା ପଞ୍ଚାୟତ ଅଧୀନ କାଦୋପଡା ଗ୍ରାମରେ ଶୁକ୍ରବାର ଅଘଟଣ ଘଟିଛି। ସକାଳ ୬ଟାରେ ଜଣେ ବ୍ୟକ୍ତିଙ୍କ ଘରେ ରୋଷେଇବେଳେ ଗ୍ୟାସ ସିଲିଣ୍ଡର ଫାଟିଛି। ଏଥିରେ ଦୁଇ ମହିଳା ଗୁରୁତର ହୋଇଛନ୍ତି। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସୂଚନା ଅନୁସାରେ, ଏହି ଗ୍ରାମର ଦେବରାଜ ମେହେରଙ୍କ ପୁଅ ସକାଳୁ ଚା’ କରିବା ପାଇଁ ଗ୍ୟାସ ଜଳାଇଥିଲେ, କିନ୍ତୁ ସିଲିଣ୍ଡରରେ ନିଆଁ ଲାଗି ଫାଟି ଯାଇଥିଲା। ହେଲେ ସେ ବାହାରକୁ ଦୌଡ଼ି ପଳାଇ ଯାଇଥିଲେ। ଘରେ ଥିବା ରେବତୀ ଓ ପୂର୍ଣ୍ଣମୀ ମେହେର କିନ୍ତୁ ଗୁରୁତର ଆହତ ହୋଇଥିଲେ। ଏହି ଦୁଇ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ କେସିଙ୍ଗା ମେଡିକାଲ ପଠାଯାଇଥିଲା। ସେଠାରୁ ଭବାନୀପାଟଣା ସ୍ଥାନାନ୍ତର କରାଯାଇଛି। ଘରେ ଥିବା ଗୃହ ଉପକରଣ ଓ ଅନ୍ୟାନ୍ୟ ଜିନିଷପତ୍ର ପୋଡି ନଷ୍ଟ ହୋଇ ଯାଇଛି। ଖବର ପାଇ ଉତ୍କେଲା ଫାଣ୍ଡି ଅଧିକାରୀ ପ୍ରେମରାଜ କହଁର ଗାଁରେ ପହଞ୍ଚି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri