ସଙ୍କଟ ସ୍ଥିତିକୁ ଆସିପାରେ ୫୨% ଚାକିରି

ନୂଆଦିଲ୍ଲୀ, ୬।୪: କରୋନା ପ୍ରଭାବକୁ କମ୍‌ କରିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବ ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ଭାବେ ପଡିଛି। କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ପକ୍ଷରୁ ହୋଇଥିବା ଏକ ସର୍ବେକ୍ଷଣ ମୁତାବକ ଅନେକ ଲୋକଙ୍କ ନିଯୁକ୍ତି ଉପରେ କରୋନା ମାଡ କରିବାର ସ୍ଥିତି ଉପୁଜିଛି। ଏଭଳି ସ୍ଥିତିରେ ୫୨% ଚାକିରି ସଙ୍କଟ ସ୍ଥିତିକୁ ଆସିପାରେ ବୋଲି ସିଆଇଆଇର ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସିଆଇଆଇ ୨୦୦ ପ୍ରମୁଖ କମ୍ପାନୀର ସିଇଓଙ୍କୁ ନେଇ ଏକ ସର୍ବେକ୍ଷଣ କରିଥିଲା। ଅଧିକାଂଶ କମ୍ପାନୀଙ୍କ ଆୟ ଉପର ଏବେ କରୋନାର ନକରାତ୍ମକ ପ୍ରଭାବ ରହିଛି। ଏହା ଦ୍ୱାରା ଲୋକଙ୍କର ଚାକିରି ଯିବାର ଆଶଙ୍କାକୁ ବଢାଇଛି। ଏପ୍ରିଲ-ଜୁନ ଏବଂ ଜାନୁୟାରୀ-ମାର୍ଚ୍ଚ ତ୍ରୈମାସରେ ଅଧିକାଂଶ କମ୍ପାନୀଗୁଡିକର ଲାଭ ୧୦%ରୁ ଅଧିକ କ୍ଷତିଗ୍ରସ୍ତ ହେବା ନେଇ ଆଶଙ୍କା କରାଯାଉଛି। ଏହା ଦ୍ୱାରା ୨ ତ୍ରୈମାସରରେ କମ୍ପାନୀଗୁଡିକର ଲାଭ ହ୍ରାସ ହେବା ନେଇ କୁହାଯାଇଛି। ଏହି ସମୟରେ କମ୍ପାନୀଗୁଡିକର ଆୟ ଏବଂ ଲାଭରେ ବୃହତ୍ତ ପରିମାଣର କ୍ଷତି ହେବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବ ଦେଶର ବିକାଶ ହାର ଉପରେ ପଡିବ ବୋଲି ଆଶଙ୍କା ରହିଛି। ଲକ୍‌ଡାଉନ ଶେଷ ହେବା ପରେ ୪୭% କମ୍ପାନୀଗୁଡିକରେ ୧୫%ରୁ କମ୍‌ ନିଯୁକ୍ତି ଉପରେ ପ୍ରଭାବ ପଡିବ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିଭଳି ୩୨% କମ୍ପାନୀରେ ୧୫ରୁ ୩୦% ନିଯୁକ୍ତି ହ୍ରାସ ହୋଇପାରେ। ଏବେ ସାରା ଦେଶରେ କରୋନା ମାଲା ବଢି ବଢି ଚାଲିଛି। ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri