ସଙ୍କଟରେ ଶତାଧିକ କରୋନା ଯୋଦ୍ଧା

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ କରୋନାକୁ ହଟାଇବା ପାଇଁ ଚାଲିଛି ଲମ୍ବା ଲଢ଼େଇ। ଏହି ଲଢ଼େଇରେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ନର୍ସ, ପୋଲିସ, ଯବାନଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ। ସବୁକିଛି ଭୁଲି ସେମାନେ ରାଜ୍ୟ ତଥା ରାଜ୍ୟବାସୀଙ୍କୁ କରୋନା ମହାମାରୀରୁ ରକ୍ଷା କରିବା ପାଇଁ ଅହରହ ଲାଗିପଡିଛନ୍ତି। କରୋନା ମୁକାବିଲାରେ ପ୍ରମୁଖ ଭୂମିକା ନେଉଥିବା ଏହି ଯୋଦ୍ଧାମାନଙ୍କୁ ଏବେ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ ଓଡ଼ିଶାର ଶତାଧିକ ଯୋଦ୍ଧା କରୋନାରେ ଆକ୍ରାନ୍ତ ହୋଇଥିବାରୁ ଲଢ଼େଇ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି।
ମିଳିଥିବା ସଦ୍ୟ ତଥ୍ୟ ଅନୁସାରେ, ଭୁବନେଶ୍ୱର ଏମ୍‌ସର ୪ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସର୍ଜରି, ଫାର୍ମାକୋଲୋଜି ଓ ପାଥୋଲୋଜିର ୩ଜଣ ସିନିୟର ରେସିଡେଣ୍ଟ୍‌ ରହିଛନ୍ତି। ଏମାନେ ଗୋଟିଏ ସ୍ଥାନରେ ଏକତ୍ର ରହୁଥିଲେ। ଅନ୍ୟଜଣେ ଜୁନିୟର ରେସିଡେଣ୍ଟ ଡାକ୍ତର ବୋଲି ଏମ୍‌ସ ନିର୍ଦ୍ଦେଶିକା ଗୀତାଞ୍ଜଳି ବାଟମାନବେନ୍‌ ସୂଚନା ଦେଇଛନ୍ତି। ସେହିପରି ରାଜ୍ୟର ଆଉ ୯ଜଣ ନର୍ସ ମଧ୍ୟ କୋଭିଡ୍‌-୧୯ ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି।
ଅନ୍ୟପଟେ ୧୪୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଏନ୍‌ଡିଆର୍‌ଏଫ୍‌ର ୫୦ ଓ ଓଡ୍ରାଫ୍‌ର ୧୧ଜଣ ଯବାନ ରହିଛନ୍ତି। ଏମାନେ ବାତ୍ୟା ‘ଅମ୍ଫନ୍‌’ ପୁନରୁଦ୍ଧାର ପାଇଁ ପଶ୍ଚିମବଙ୍ଗ ଯାଇଥିଲେ। ସେଠାରୁ ଫେରିବା ପରେ ସମସ୍ତଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇ ନମୁନା ପରୀକ୍ଷଣ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ସେପଟେ ୧୨ଜଣ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅଗ୍ନିଶମ କର୍ମଚାରୀଙ୍କୁ କରୋନା ସଂକ୍ରମଣ ନେଇ ଅଗ୍ନିଶମ ଡିଜି ସତ୍ୟଜିତ୍‌ ମହାନ୍ତି ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏମାନେ ମଧ୍ୟ ‘ଅମ୍ଫନ୍‌’ ଉଦ୍ଧାର କାର୍ଯ୍ୟ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ। ରିପୋର୍ଟ ପଜିଟିଭ୍‌ ଆସିବା ପରେ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇଦେବା ଲାଗି ରାଜ୍ୟ ସରକାର ସୁନିଶ୍ଚିତ କରିଛନ୍ତି। ଏଥିସହ ଡିଜି ମହାନ୍ତି ଏମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଏଥିସହ ଗଞ୍ଜାମ ପୋଲିସ ଜିଲାରେ କାର୍ଯ୍ୟରତ ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ (ଓଏସ୍‌ଏସ୍‌ଏଫ୍‌)ର ଜଣେ ଯବାନ କରୋନାରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଖଲ୍ଲିକୋଟ ଥାନା ଓ ହୁମ୍ମା ଫାଣ୍ଡି ଅଞ୍ଚଳରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକରେ ପାଟ୍ରୋଲିଂ ଦାୟିତ୍ୱରେ ଥିଲେ। ଅସୁସ୍ଥ ହେବାରୁ ତାଙ୍କର ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାଙ୍କୁ ପାରଳା ମହାରାଜା କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି। ଏହାପୂର୍ବରୁ ଗଞ୍ଜାମ ପୋଲିସରେ ୨ ହୋମ୍‌ଗାର୍ଡ କରୋନା ଚିହ୍ନଟ ହୋଇଥିବାବେଳେ ରାଜ୍ୟର ଏକାଧିକ ଡାକ୍ତର, ନର୍ସ, ହସ୍ପିଟାଲ କର୍ମଚାରୀ, ଶିକ୍ଷକ, ଅଙ୍ଗନଓ୍ବାଡି କର୍ମୀ, ସରପଞ୍ଚ ପ୍ରମୁଖ ଶତାଧିକ ଯୋଦ୍ଧା ଆକ୍ରାନ୍ତ ହୋଇଛନ୍ତି।

ଆଇଏଏସ୍‌ ଅଫିସର ତୁହିନକାନ୍ତ ପାଣ୍ଡେଙ୍କ ରିପୋର୍ଟ ପଜିଟିଭ୍‌
ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ତୁହିନକାନ୍ତ ପାଣ୍ଡେ ମଧ୍ୟ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଡେପୁଟେଶନରେ ଯାଇ କେନ୍ଦ୍ର ବିନିବେଶ ବିଭାଗ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ୧୯୮୭ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ ତୁହିନକାନ୍ତ ପାଣ୍ଡେ ପୂର୍ବରୁ ଓଡ଼ିଶାର ଅର୍ଥ ସଚିବ ଓ ଆବାସିକ କମିଶନର ଥିଲେ। କିଛିଦିନ ତଳେ ତାଙ୍କ ଶରୀରରେ କରୋନା ଲକ୍ଷଣ ଦେଖାଯାଇଥିଲା। ସଂକ୍ରମଣ ଆଶଙ୍କା ଥିବାରୁ ସେ ନିଜ ଆଡ଼ୁ କରୋନା ଟେଷ୍ଟ କରାଇଥିଲେ। ଶେଷରେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ସେ କାର୍ଯ୍ୟ କରୁଥିବା ସିଜିଓ କମ୍ପ୍ଲେକ୍ସର ଉକ୍ତ ବିଭାଗ’କୁ ସିଲ୍‌ କରାଯାଇ ସାନିଟାଇଜ କରାଯାଇଛି। ଏହାପୂର୍ବରୁ ଉକ୍ତ ବିଭାଗର ୩ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିଲେ। ଏବେ ପ୍ରଶାସନ ପକ୍ଷରୁ ସମସ୍ତଙ୍କର କଣ୍ଟାକ୍ଟ ଟ୍ରେସିଂ ସହ ଅନ୍ୟାନ୍ୟ ଗାଇଡ଼ଲାଇନ ପାଳନ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri