ସଙ୍ଗରୋଧ କେନ୍ଦ୍ର ନେବାକୁ ପୋଲିସ ନାକେଦମ୍‌: କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ

ବୁଗୁଡ଼ା,୧୪ା୬(ଡି.ଏନ.ଏ.)- ନିକଟସ୍ଥ ବେତାରସିଂ ଗ୍ରାମର ଜଣେ ସୁରଟ ଫେରନ୍ତା ପଜିଟିଭ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ତାଙ୍କ ସଂସ୍ପର୍ଶରେ ବୁଗୁଡ଼ା ଷ୍ଟେଟବ୍ୟାଙ୍କ ଛକର ଜନୈକ ଗାଡ଼ି ମାଲିକ ଆସିଥିବା ଜଣାପଡିବାରୁ ତାଙ୍କ ପରିବାରକୁ ସଙ୍ଗରୋଧରେ ନେବାକୁ ନିଷ୍ପତ୍ତି ହୋଇଥିଲା। ମାତ୍ର ସଙ୍ଗରୋଧ କେନ୍ଦ୍ର ଯିବାକୁ ସେମାନେ ରାଜି ହୋଇ ନ ଥିଲେ। ଫଳରେ ପୋଲିସ ଓ ପ୍ରଶାସନକୁ ଦୀର୍ଘ ୪ ଘଣ୍ଟା ନାକେଦମ୍‌ ହେବାକୁ ପଡିଥିଲା। ଶେଷରେ ଉକ୍ତ ପରିବାରର ୫ ମହିଳାଙ୍କ ସମେତ ୮ ଜଣଙ୍କୁ ରବିବାର ସନ୍ଧ୍ୟା ସାଢ଼େ ୭ଟାରେ ଗୋଲିଆର ୨ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି। ସମ୍ପୃକ୍ତ ଗାଡ଼ି ଚାଳକ ଓ ବେତାରସିଂରୁ ବୁଗୁଡ଼ାର ବିଭିନ୍ନ ସ୍ଥାନକୁ ଆଣିଥିବା ଜଣେ ଅଟୋ ଚାଳକ ସମେତ ଅନ୍ୟ ୪ ଜଣଙ୍କୁ ମଧ୍ୟ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି। ଏଥିସହ ସେ ଚିକିତ୍ସା ହୋଇଥିବା ନମିତା ପାଥୋଲୋଜିକୁ ଶନିବାର ରାତିରେ ସିଲ୍‌ କରିବା ସହ ମାଲିକଙ୍କ ପରିବାର ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri