ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ରାଇରଙ୍ଗପୁର/ବିଶୋଇ,୧୫ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ବାଜ ଗୁରୁବାର ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିଲେ। ଜିଲାପାଳଙ୍କ ସହିତ ଜିଲା ଚିକିତ୍ସାଧିକାରୀ ରୂପଭାନୁ ମିଶ୍ର, ଉପଜିଲାପାଳ ଧର୍ମାନନ୍ଦ ବେହେରା, ବିଶୋଇ ବିଡ଼ିଓ ଏମ.ଡି ଫିରଜ ଖାନ, ତହସିଲଦାର ଚନ୍ଦ୍ରଶେଖର ଗରେଇ, ମଣଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ରଜତ ବେହେରା ଓ ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ଶିବନାରାୟଣ ଦତ୍ତ ପ୍ରମୁଖ ବିଶୋଇ ବ୍ଲକର ଖଡ଼ମବେଡା ପଞ୍ଚାୟତ ସ୍ଥିତ ଖଡ଼ମବେଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଥିବା ଆଇସୋଲେଶନ ସେଣ୍ଟର ପରିଦର୍ଶନ କରିଥିଲେ। ପରେ ଜଗନ୍ନାଥପୁର ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ର ଓ ବଡ଼ାଯୋଡି ସରକାରୀ ଉ:ପ୍ରା ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରକୁ ଯାଇଥିଲେ। ଏହି ୨ଟି ସଙ୍ଗରୋଧ କେନ୍ଦ୍ରର ସ୍ଥିତି ପରଖିବା ସହିତ ପ୍ରବାସୀମାନଙ୍କ ନିମନ୍ତେ ହୋଇଥିବା ବିଭିନ୍ନ ବ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ। ପରେ ଜିଲାପାଳଙ୍କ ଉପସ୍ଥିତିରେ ବଡ଼ାଯୋଡି ସଙ୍ଗରୋଧ କେନ୍ଦ୍ରରେ ୫ ଜଣ ପ୍ରବାସୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ସେହିପରି ରାଇରଙ୍ଗପୁର ପୌରାଞ୍ଚଳ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସ, ବ୍ଲକ ପଡ଼ିଆ ନିକଟସ୍ଥ କଲେଜ ଛାତ୍ରାବାସରେ ହୋଇଥିତ୍ବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ବୁଲି ଦେଖିଥିଲେ। ବଜାତଳା ,ବହଳଦା ଓ ତିରିଂ ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ଜିଲାପାଳ ପରିଦର୍ଶନ କରି ପ୍ରବାସୀଙ୍କ ସ୍ବାସ୍ଥ୍ୟସେବା ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri