ସଙ୍ଗରୋଧ କେନ୍ଦ୍ର ପାର୍ଶ୍ୱରେ ଚାଲିଛି ପରିବା ବିକ୍ରି

ଅନୁଗୋଳ ଅଫିସ, ୨୯।୪ – ଅନୁଗୋଳ ପୌର ପ୍ରଶାସନ ପକ୍ଷରୁ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଟାଉନ୍‌ ହାଇସ୍କୁଲ ଠାରେ କ୍ୱାରାଣ୍ଟାଇନ ସେଣ୍ଟର କରାଯାଇଛି। କିନ୍ତୁ ଉକ୍ତ ସେଣ୍ଟର ପାର୍ଶ୍ୱରେ ଦୈନିକ ପରିବା ବ୍ୟବସାୟୀମାନେ ବେପାର କରୁଛନ୍ତି। କରୋନା ସନ୍ଦିଗ୍ଧମାନଙ୍କୁ ସେଠାରେ ରଖାଯାଉଥିବା ବେଳେ ନିକଟରେ ପରିବା ବ୍ୟବସାୟ ସହରବାସୀଙ୍କୁ ଚିନ୍ତାରେ ପକାଇଛି।
ଜଣେ କି ଦୁଇଜଣ ନୁହନ୍ତି, ଅନେକ ବ୍ୟବସାୟୀ ଟାଉନ ଉଚ୍ଚବିଦ୍ୟାଳୟ ପାର୍ଶ୍ୱରେ ପରିବା ପସରା ମେଲାଉଛନ୍ତି। ପାଖାପାଖି ଏକ ସପ୍ତାହ ହେବ ଏପରି ଘଟଣା ଦେଖିବାକୁ ମିଳୁଛି। ସଚେତନ ଥିବା ଅନେକ ଲୋକ ସେଠାକୁ ପରିବା କିଣିବାକୁ ଯାଉ ନ ଥିବାବେଳେ କେତେଜଣ ଗ୍ରାହକ ନିୟମିତ ସମ୍ପୃକ୍ତ ବ୍ୟବସାୟୀଙ୍କଠାରୁ ପରିବା କିଣୁଛନ୍ତି। ହେଲେ ଏ ନେଇ ପୌର ପ୍ରଶାସନ ନିକଟରେ ଖବର ନାହିଁ। ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପରିବା ବ୍ୟବସାୟୀଙ୍କୁ ଅନୁଗୋଳ ଷ୍ଟାଡିୟମଠାରେ ବ୍ୟବସାୟ କରିବାକୁ ଅନୁମତି ଦିଆଯାଉଥିବାବେଳେ କିପରି ଟାଉନ୍‌ ହାଇସ୍କୁଲ ପାର୍ଶ୍ୱରେ ପରିବା ବ୍ୟବସାୟ ହେଉଛି ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି, ଘଟଣା ଉପରେ ନଜର ପଡ଼ିନାହିଁ। କୌଣସି କର୍ମଚାରୀଙ୍କ ନିକଟରୁ ମଧ୍ୟ ସୂଚନା ମିଳିନାହିଁ। ତେବେ ସେଠାରେ ପସରା ମେଲାଉଥିବା ବ୍ୟବସାୟୀଙ୍କୁ ତୁରନ୍ତ ହଟାଯିବ ବୋଲି ପଣ୍ଡା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?