ସଙ୍ଗରୋଧ କେନ୍ଦ୍ରରେ ପ୍ରସବ କଲେ ମହିଳା

ବୋରିଗୁମ୍ମା,୨୮ା୫(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ କାଠରଗଡ଼ା ସଙ୍ଗରୋଧ କେନ୍ଦ୍ରରେ ଜଣେ ମହିଳା ପ୍ରସବ କରିଛନ୍ତି। ବୁଧବାର ସାରେ ସେ ଏକ ଶିଶୁପତ୍ରକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ମହିଳା ଏବଂ ତାଙ୍କ ସ୍ବାମୀ ଆନ୍ଧ୍ରପ୍ରଦେଶରୁ ଫେରି ୧୨ଦିନ ହେଲା ଏଠାରେ ସଙ୍ଗରୋଧରେ ରହିଛନ୍ତି। ବୁଧବାର ମହିଳାଙ୍କ ପ୍ରସବ ଯନ୍ତ୍ରଣା ହୋଇଥିଲା। ଏହା ଜାଣି କାଠରଗଡ଼ା ସରପଞ୍ଚ ତୁରନ୍ତ ଡାକ୍ତରଙ୍କୁ ଡକାଇବା ସହ ସ୍ଥାନୀୟ ବିଡିଓ ପ୍ରଣୟ ରଞ୍ଜନ ବେହେରାଙ୍କୁ ସୂଚନା ଦେଇଥିଲେ। ଡାକ୍ତର ପହଞ୍ଚି ସଙ୍ଗରୋଧ କେନ୍ଦ୍ରରେ ମହିଳାଙ୍କ ପ୍ରସବ କରାଇଥିଲେ। ମା’ ଓ ଶିଶୁ ସୁସ୍ଥ ଥିବାବେଳେ ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି।…

ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ…

ମିଳୁନି ଭତ୍ତା: ଅଭିଯୋଗ ଶୁଣାଣିବେଳେ ହଠାତ୍‌ ଭିତରେ ପଶି ହୋହଲ୍ଲା କଲେ ଭତ୍ତା ହିତାଧିକାରୀ, ତା’ପରେ…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜନଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri