ସଙ୍ଗରୋଧ କେନ୍ଦ୍ରରେ ପ୍ରେମୀଯୁଗଳଙ୍କ ବିବାହ

କୋକସରା,୨୨।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବାଞ୍ଜିବାହାଲ ଗାଁର ଯୁବକ ରାଜାରାମ ଠାକୁର (୨୫) ଓ ସେହି ଗାଁର ଜଣେ ଯୁବତୀ ଦୁତିଆ ହରିଜନ (୨୪) ସଙ୍ଗରୋଧ କେନ୍ଦ୍ରରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ।
ସୂଚନାଅନୁସାରେ, ଉକ୍ତ ପ୍ରେମୀଯୁଗଳଙ୍କ ମଧ୍ୟରେ ଦୀର୍ଘଦିନ ହେଲା ସମ୍ପର୍କ ଥିତ୍ଲା। ସେମାନେ ୨୦୧୯ରେ ପରିବାର ଲୋକଙ୍କୁ ନ ଜଣାଇ ବାଙ୍ଗାଲୋର ଚାଲିଯାଇଥିଲେ । ରାଜାରାମ ବାଙ୍ଗାଲୋରର ଏକ ଗାର୍ମେଣ୍ଟ କମ୍ପାନୀରେ କାମ କରି ପେଟ ପୋଷୁଥିଲେ। କରୋନା ସଂକ୍ରମଣ ପାଇଁ ଲକଡାଉନ କୋହଳ ହେବା ପରେ ଉକ୍ତ ପ୍ରେମୀଯୁଗଳ ଗାଁକୁ ଫେରି ୧୪ ଦିନ କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ହାଇସ୍କୁଲରେ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସେମାନେ ସଙ୍ଗରୋଧ କେନ୍ଦ୍ର ଛାଡିବା ପୂର୍ବରୁ ଦୁହେଁ ଜୀବନସାଥୀ ହେବାକୁ ନିଷ୍ପତ୍ତି ନେଇ ବିବାହ କରିବାକୁ ନିଜ ପରିବାର ଲୋକଙ୍କୁ ଜଣାଇଥିଲେ। ଦୁହେଁ ଗୋଟିଏ ଜାତିର ହୋଇଥିବାରୁ ଦୁଇ ପରିବାର ମଧ୍ୟ ସହମତି ହୋଇଥିଲେ। ପରେ ସ୍ଥାନୀୟ କାଉଡୋଳା ସରପଞ୍ଚ ଜମ୍ବୁବତୀ ସାହୁ ଦୁଇ ପରିବାରଙ୍କ ସହ ଆଲୋଚନା କରି ସ୍ଥାନୀୟ ବ୍ଲକ ପ୍ରଶାସନର ଅନୁମତି କ୍ରମେ ପ୍ରେମୀଯୁଗଳଙ୍କୁ ବିବାହ ବନ୍ଧନରେ ବାନ୍ଧିବାକୁ ଦିନ ସ୍ଥିର କରିଥିଲେ। ସୋମବାର ସରପଞ୍ଚ, ଅନ୍ୟ ଅତିଥି ଓ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ପ୍ରବାସୀଙ୍କ ଉପସ୍ଥିତିରେ ଉକ୍ତ ପ୍ରେମୀଯୁଗଳ ପରସ୍ପରକୁ ବରଣମାଳା ଦେଇ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri