ସଙ୍ଗରୋଧ କେନ୍ଦ୍ରରେ ଭୀଷଣ ଅବ୍ୟବସ୍ଥା: ଭାଜପାର ଦାବିପତ୍ର

କଟକ ଅଫିସ,୨୭ା୫: କଟକ ଜିଲାରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରର ସ୍ଥିତି ସାଂଘାତିକ। ସେଠାରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ କରି ଭାଜପା ପକ୍ଷରୁ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ବୁଧବାର ଦାବିପତ୍ର ଦିଆଯାଇଛି।
ଦଳର ଅଭିଯୋଗ ହେଉଛି, ଜିଲାରେ ୬୧୨ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୨୧ ହଜାରରୁ ଊର୍ଦ୍ଧ୍ୱ ଶଯ୍ୟା ବ୍ୟବସ୍ଥା ହୋଇଛି। ଜିଲାକୁ ଫେରିବା ପାଇଁ ୫୮,୩୧୫ ପ୍ରବାସୀ ନାମ ପଞ୍ଜୀକରଣ କରିଥିବା ବେଳେ ୨୪ ତାରିଖ ସୁଦ୍ଧା ୧୩,୨୩୩ ଜଣ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭୨୪ ଜଣଙ୍କର ୨୧ଦିନିଆ ସଙ୍ଗରୋଧ ଅବଧି ଶେଷ ହୋଇଛି। କିନ୍ତୁ ୧୪ ଦିନ ହେବା ପରେ ଅନେକଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ବାଧ୍ୟତାମୂଳକ ବିଦା କରିଦିଆଯାଉଛି। ସେମାନଙ୍କ କୋଭିଡ୍‌ ଟେଷ୍ଟ ମଧ୍ୟ ହେଉନାହିଁ। ଏହାଦ୍ୱାରା ଗ୍ରାମାଞ୍ଚଳରେ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଛି। ନରସିଂହପୁରରେ ଏଭଳି ଘଟଣା ଦେଖାଦେଇଛି। ତେଣୁ ଭାଜପା ଦାବି କରିଛି ଯେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବାସୀଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ନ ଆସିବା ଯାଏ ସେମାନଙ୍କୁ ବିଦା କରା ନ ଯାଉ। ଘୋଷଣା ମୁତାବକ ୨ ହଜାର ଟଙ୍କା ଖର୍ଚ୍ଚ ଦିଆଯାଉ। ଯେଉଁମାନଙ୍କ ଗୃହ ସଙ୍ଗରୋଧ ବ୍ୟବସ୍ଥା ନାହିଁ, ସେମାନଙ୍କୁ ସରକାରୀ ସଙ୍ଗରୋଧରେ ରଖାଯାଉ। ଦାବିପତ୍ର ପ୍ରଦାନ ବେଳେ ଜିଲା ଭାଜପା ସଭାପତି ପ୍ରକାଶ ବେହେରା, ରାଜ୍ୟ ଉପସଭାପତି ନୟନ କିଶୋର ମହାନ୍ତି, ପୂର୍ବତନ ମନ୍ତ୍ରୀ ସମୀର ଦେ, ରାଜ୍ୟ ସମ୍ପାଦକ ଦିଲୀପ ମଲ୍ଲିକ, ଶାରଦା ପ୍ରଧାନ, ଶୁଭ୍ରାଂଶୁ ମୋହନ ପାଢ଼ୀ, ବିଜୟ ଦଳବେହେରା, ବ୍ରଜେନ୍ଦ୍ର ରାୟ, ମହିଳା ମୋର୍ଚ୍ଚା ଅଧ୍ୟକ୍ଷା ଯାଜ୍ଞସେନୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri