ସଙ୍ଗରୋଧ କେନ୍ଦ୍ରରେ ଯୋଗଶିକ୍ଷା

ଖଇରା, ୨୪ା୫ (ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା, ମାଟିଆଳପଦା ଓ ଗଣ୍ଡିବେଡଠାରେ ବିଭିନ୍ନ ସ୍କୁଲରେ ଚାଲିଥିବା ସଙ୍ଗରୋଧ କେନ୍ଦ୍ରରେ ୩ଦିନ ଯୋଗଶିକ୍ଷା ଦିଆଯାଉଛି। ଖଇରା ବିଡିଓ ଦେବେନ୍ଦ୍ର ବଳଙ୍କ ଅନୁମତି କ୍ରମେ ଜିଲା ପତଞ୍ଜଳୀ ଯୋଗ ସମିତିର ବିଶିଷ୍ଟ ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗୁରୁବାରଠାରୁ ପ୍ରତ୍ୟେକ ସକାଳ ସନ୍ଧ୍ୟାରେ ଯୋଗ ଶିବିର ଚାଲୁଛି। ଉଦ୍‌ଘାଟନୀ ଦିବସରେ ପ୍ରାରମ୍ଭିକ ବକ୍ତବ୍ୟ ପାଣିଗ୍ରାହୀ ରାମଦେବ ଓ ଆୟୁର୍ବେଦାଚାର୍ଯ୍ୟ ବାଲକ୍ରିଷ୍ଣଙ୍କ କିଛି ଉକ୍ତି ଉପରେ ଆଲୋଚନା ରଖି ଯୋଗ ମାଧ୍ୟମରେ ଦେହରେ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଯାଇପାରିବ ବୋଲି ପରାମର୍ଶ ଦେଇଥିଲେ। ଏହି ଅବସରରେ ଅନ୍ୟତମ ଯୋଗ ଶିକ୍ଷକ କାହ୍ନୁଚରଣ ପାଣିଗ୍ରାହୀ ପ୍ରବାସୀମାନଙ୍କୁ ବିଭିନ୍ନ ଯୋଗ ପ୍ରଦର୍ଶନ କରୁଛନ୍ତି । ପ୍ରବାସୀ ଓଡିଆମାନେ ମଧ୍ୟ ସାମାଜିକ ଦୂରତା ଅବଲମ୍ବନ କରି ଏହି କୌଶଳ ଶିଖିବାକୁ ଉଦ୍ୟମ କରୁଛନ୍ତି । ଶିବିର ପରିଚାଳନାରେ ମାନସ କୁମାର ଦାଶ, ମହେନ୍ଦ୍ର ବରିସଲ, ଦିଲୀପ ବେହେରା, ଶ୍ୟାମସୁନ୍ଦରପୁର ସରପଞ୍ଚ ସୁଶାନ୍ତ ମହାକୁଡ ପ୍ରମୁଖ ସହଯୋଗ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri