ସଙ୍ଗରୋଧ କେନ୍ଦ୍ରରେ ଶିକ୍ଷକଙ୍କୁ ଆକ୍ରମଣ, ତୋଟାପଡାରେ ଉତ୍ତେଜନା

ଖଇରା, ୨୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ତୋଟାପଡା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ବାଇକ ନେବା ଘଟଣାରେ କେନ୍ଦ୍ର ଦାୟିତ୍ୱରେ ଥିବା ଖେଳ ଶିକ୍ଷକ ଲକ୍ଷ୍ମୀଧର ପରିଡାଙ୍କୁ ନିକଟସ୍ଥ ଗଗନଧୂଳି ଗ୍ରାମର ୪ଜଣ ଯୁବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ସରପଞ୍ଚ ମଧୁସୂଦନ ମାଝି, ତୋଟାପଡା ଏମଇ ସ୍କୁଲର ପ୍ରଧାନଶିକ୍ଷକ କୈଳାସ ଚନ୍ଦ୍ର ସେଣ୍ଡଙ୍କ ସହାୟତାରେ ତାଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମହାରାଷ୍ଟ୍ରରେ ରହୁଥିବା ଗଗନଧୂଳି ଗ୍ରାମର ୨ଜଣ ବ୍ୟକ୍ତି ୮ଦିନ ତଳେ ମାର୍କୋଣାରେ ପହଞ୍ଚିବା ପରେ ୨ଟି ବାଇକରେ ତୋଟାପଡା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରକୁ ଆସି ରହିଥିଲେ। ଦୁଇ ବାଇକକୁ ବିଶୋଧନ ପାଇଁ ଉକ୍ତ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିଲା। ଶନିବାର ବିଶୋଧନ ପରେ ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ବ୍ୟକ୍ତିଙ୍କର ପୁଅ ଶିକ୍ଷକ ପରିଡାଙ୍କୁ ବାଇକ ଚାବି ମାଗିଥିଲେ। ସିକ୍ୟୁରିଟି ଗାର୍ଡ ପାଖରେ ଚାବି ଅଛି ଏବଂ ସେ ଆସିଲେ ଦେବେ ବୋଲି ଶିକ୍ଷକ କହିବା ପରେ ଉଭୟଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ସନ୍ଧ୍ୟାରେ ସରପଞ୍ଚଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଡକାଯାଇ ସମାଧାନ କରାଯାଇଥିଲା। ହେଲେ ଉକ୍ତ ଯୁବକଙ୍କ କ୍ରୋଧ ଥମି ନ ଥିଲା। ରବିବାର ପୂର୍ବାହ୍ନରେ ଶିକ୍ଷକ ଜଣକ ବାରାପୁର ବଜାରରୁ ଘରକୁ ଫେରୁଥିବା ବେଳେ ତୋଟାପଡା ଛକ ନିକଟରେ ଉକ୍ତ ଯୁବକ ଓ ତାର ଅନ୍ୟ ୩ଜଣ ସହଯୋଗୀ ତାଙ୍କୁ ବାଡିରେ ନିସ୍ତୁକ ପିଟିଥିଲେ। ଉକ୍ତ ଶିକ୍ଷକ ସେଠାରେ ସଂଜ୍ଞାହୀନ ହୋଇ ତଳେ ପଡିଯାଇଥିଲେ। ଏହି ଘଟଣାରେ ଶିକ୍ଷକଙ୍କ ଗ୍ରାମର ଲୋକେ ଉତ୍ତ୍ୟକ୍ତ ହୋଇ ପଡୋଶୀ ଗଗନଧୂଳି ଗଁା ରାସ୍ତାରେ ବାଉଁଶବାନ୍ଧି ପ୍ରତିବାଦ କରିଥିଲେ। ଶିକ୍ଷକଙ୍କ ଆକ୍ରମଣକୁ ଖଇରା ଶାଖା ଓଷ୍ଟା ପକ୍ଷରୁ ତିବ୍ର ନିନ୍ଦା କରାଯିବା ସହ ତୁରନ୍ତ ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସଭାପତି ଦୀନବନ୍ଧୁ ଦାଶ ଦାବି କରିଛନ୍ତି। ଖଇରା ବିଡିଓ ଦେବେନ୍ଦ୍ର ବଳଙ୍କୁ ଯୋଗାଯୋଗ କରିବାରେ ପ୍ରଥମେ ତାଙ୍କୁ ଚିକିତ୍ସା ବନ୍ଦୋବସ୍ତ କରାଯାଇଛି। ସେ ସୁସ୍ଥ ହେବା ପରେ ଥାନାକୁ ଅବଗତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri