ସଙ୍ଗରୋଧ ଗୃହରେ ଧାରଣା ଦେଲେ ପ୍ରବାସୀ

ଭଦ୍ରକ ଅଫିସ, ୨୨ା୫- ଭଦ୍ରକ ଜିଲାର ବିଭିନ୍ନ ସଙ୍ଗରୋଧ ଗୃହରେ ଥିବା ପ୍ରବାସୀ ଓଡ଼ିଆମାନେ ଗୁରୁବାର ଧାରଣା ଦେଇଥିଲେ। ୧୫ ଦିନରୁ ଊର୍ଦ୍ଧ୍ୱ ହେବ ସଂଗରୋଧ ଗୃହରେ ରହିଥିବା ବେଳେ ସେମାନଙ୍କ ସ୍ବାବ ସଂଗ୍ରହ କରାଯାଉ ନ ଥିବାରୁ ଉତ୍ତେଜନା ଦେଖା ଦେଇଥିଲା। କେତେକ ସ୍ଥାନରେ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ଅନ୍ତେବାସୀଙ୍କ ସହ ଆଲୋଚନା କରି ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଅନ୍ୟ କେତେକ ସଂଗରୋଧ ଗୃହରେ ପ୍ରବାସୀ ଓଡ଼ିଆମାନେ ଧାରଣା ଚାଲୁ ରଖିଥିବା ଜଣାପଡ଼ିଛି। ବାସୁଦେବପୁର ବ୍ଲକର ସୁଗୋ, ବିନାୟକପୁର, ଅଢୁଆଁ, ତିହିଡ଼ି ବ୍ଲକର ନନ୍ଦପୁର ଅଞ୍ଚଳରେ ଏହିଭଳି ପରିସ୍ଥିତ ସୃଷ୍ଟି ହୋଇଛି। ଏପରିକି କେତେକ ସଂଗରୋଧ ଗୃହର ପ୍ରବାସୀ ଓଡ଼ିଆମାନେ ଜଳଖିଆ ଓ ମଧ୍ୟାହ୍ନଭୋଜନ ଖାଇ ନାହାନ୍ତି। ଏନେଇ ବାସୁଦେବପୁର ଭାଜପା ଯୁବନେତା ଉଦୟ ନାରାୟଣ ମଲ୍ଲିକଙ୍କ ନେତୃତ୍ୱରେ ଏକ ୫ଜଣିଆ ଟିମ୍‌ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ବ୍ଲକ ଓ ପୌରପାଳିକାର ସମସ୍ତ ସଂଗରୋଧ ଗୃହରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାବ୍‌ ପରୀକ୍ଷା କରାଯାଇ ସେମାନଙ୍କ ରିପୋର୍ଟ ପ୍ରଦାନ କରାଯିବା ପାଇଁ ଏହି ସ୍ମାରକପତ୍ରରେ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ ଯେ, ବାସୁଦେବପୁର ବ୍ଲକରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କାରଣରୁ ସଂଗରୋଧ ଗୃହର ଥିବା ସମସ୍ତ ପ୍ରବାସୀ ଓଡ଼ିଆଙ୍କ ସ୍ବାବ୍‌ ପରୀକ୍ଷା ନିତାନ୍ତ ଆବଶ୍ୟକ ବୋଲି ଦାବି ପତ୍ରରେ ଦର୍ଶାଯାଇଛି। ଏସମ୍ପର୍କରେ ଅତିରିକ୍ତ ଜିଲା ଚିକିସତ୍ାଧିକାରୀ ପ୍ରଦୀପ ଖୁଣ୍ଟିଆଙ୍କୁ ପଚାରିବାରୁ ଯେଉଁ ପ୍ରବାସୀଙ୍କ ଲକ୍ଷଣ ଦେଖାଯିବ ସେମାନଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯିବାର ନିୟମ ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri