Posted inଜାତୀୟ

ସଙ୍ଗୀତା ସିଂଦେଓଙ୍କୁ ପାର୍ଲାମେଣ୍ଟରେ ଆକ୍ରମଣ

ନୂଆଦିଲ୍ଲୀ,୪ା୩(ଆଇଏଏନ୍‌ଏସ୍‌): ବଲାଙ୍ଗୀରର ଭାଜପା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ଲୋକ ସଭାରେ ଆକ୍ରମଣ ହୋଇଥିବା ସେ ମଙ୍ଗଳବାର ଅଭିଯୋଗ କରିଛନ୍ତି। ଗୃହକାର୍ଯ୍ୟ ଚାଲିଥିବାବେଳେ ଦୁଇଜଣ କଂଗ୍ରେସ ଏମ୍‌ପି ତାଙ୍କୁ ଆକ୍ରମଣ କରିଥିଲେ। ଏହା ପରେ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଥିଲା। ଏନେଇ ସେ ବାଚସ୍ପତି ଓମ୍‌ ବିର୍ଲାଙ୍କ ପାଖରେ ଅଭିଯୋଗ କରିଛନ୍ତି। ଆକ୍ରମଣ ପରେ ସେ ପାର୍ଲାମେଣ୍ଟ ପରିସରରେ ଥିବା ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ। ହସ୍ପିଟାଲ ପ୍ରେସ୍‌କ୍ରିପ୍‌ଶନକୁ ସେ ତାଙ୍କ ଅଭିଯୋଗପତ୍ରରେ ସଂଯୋଗ କରିଛନ୍ତି। ସେ ପୂର୍ବରୁ ପାର୍ଲାମେଣ୍ଟ ସଦସ୍ୟ ରହିଥିଲେ। ତେବେ ଏଭଳି ଉଚ୍ଛୃଙ୍ଖଳିତ ବ୍ୟବହାର ସେ କେବେ ଦେଖି ନ ଥିଲେ ବୋଲି କହିଛନ୍ତି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା ହୋଇଥିବାରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସଙ୍ଗୀତା ଦାବି କରିଛନ୍ତି। ସଙ୍ଗୀତାଙ୍କ ଅଭିଯୋଗ ଅନୁଯାୟୀ, ବିରୋଧୀ ସଦସ୍ୟମାନେ ତାଙ୍କ ମୁହଁ ସାମନାରେ ବ୍ୟାନର ଟାଣି କାର୍ଯ୍ୟରେ ବାଧା ସୃଷ୍ଟି କରିଥିଲେ। ବିରୋଧୀ ଦଳର ଦୁଇ ମହିଳା ଏମ୍‌ପି ରାମ୍ୟା ହରିଦାସ ଓ ଜ୍ୟୋତିମଣି ତାଙ୍କ ହାତକୁ ଆଞ୍ଚୁଡି ଦେବା ସହ କହୁଣିରେ ଛାତିକୁ ମାରିଥିଲେ। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ତାଙ୍କୁ ଧରି ନ ଥିଲେ ସେ ପଡ଼ିଯାଇଥାନ୍ତେ ବୋଲି ସଙ୍ଗୀତା କହିଛନ୍ତି। ସୋମବାର କେତେଜଣ ମହିଳା ଏମ୍‌ପି ବାଚସ୍ପତିଙ୍କୁ ଭେଟି ଜଶକୌର ମୀନା ଓ ଶୋଭା କରଣ୍ଡଲାଜେଙ୍କ ଉପରେ କଂଗ୍ରେସ ଏମ୍‌ପି ଆକ୍ରମଣ କରିଥିବା ଅଭିଯୋଗ କରିଥିଲେ। ଉକ୍ତ କଂଗ୍ରେସ ଏମ୍‌ପିଙ୍କୁ ବହିଷ୍କାର କରାଯାଉ ବୋଲି କରଣ୍ଡଲାଜେ ଦାବି କରିଥିଲେ। ଅନ୍ୟ ପକ୍ଷରେ ଭାଜପା ମହିଳା ଏମ୍‌ପି ତାଙ୍କୁ ଆକ୍ରମଣ କରିଥିବା କଂଗ୍ରେସ ଏମ୍‌ପି ରାମ୍ୟା ପାଲଟା ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri