Posted inଖେଳ

ସଚିନ ତେନ୍ଦୁଲକରଙ୍କୁ ବାରମ୍ବାର ସ୍ବପ୍ନରେ ଦେଖୁଥିଲେ ଅଷ୍ଟ୍ରେଲିଆର ଏହି ମହାନ ଖେଳାଳି

ଶେଷରେ ‘ଅର୍ଦ୍ଧଶତକ’ ହାସଲ କରିଛନ୍ତି ଅଷ୍ଟ୍ରେଲିଆର ମହାନ୍‌ ବୋଲର୍‌ ସେନ୍‌ ଓ୍ବାର୍ଣ୍ଣ। କ୍ରିକେଟରେ ନୁହେଁ, ନିଜ ଜୀବନରେ ‘ଅର୍ଦ୍ଧଶତକ’ ହାସଲ କରିଛନ୍ତି ଅର୍ଥାତ୍‌ ଶୁକ୍ରବାର ସେ ୫୦ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୯ ସେପ୍ଟେମ୍ବର ୧୩ ତାରିଖରେ ଅଷ୍ଟ୍ରେଲିଆର ଭିକ୍ଟୋରିଆରେ ସେ ଜନ୍ମଗ୍ରହଣ କରିଥିଲେ। ବିଶ୍ୱର ସର୍ବଶ୍ରେଷ୍ଠ ସ୍ପିନରଙ୍କ ମଧ୍ୟରେ ଜଣାଶୁଣା ଓ୍ବାର୍ଣ୍ଣ ଶ୍ରୀଲଙ୍କାର କିମ୍ବଦନ୍ତୀ ବୋଲର୍‌ ମୁଥିଆ ମୁରଲିଧରନ୍‌ଙ୍କ ସହ ଅନ୍ତର୍ଜାତୀୟ କ୍ରିକେଟରେ ୧ ହଜାରରୁ ଊର୍ଦ୍ଧ୍ୱ ଉଇକେଟ୍‌ ନେଇଛନ୍ତି। ୧୯୯୨ରେ ଓ୍ବାର୍ଣ୍ଣ ଭାରତ ବିପକ୍ଷରେ ସିଡନୀରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ସାରଜାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା କୋକାକୋଲା କପ୍‌ର ଦୁଇଟି ଲିଗ୍‌ ମ୍ୟାଚ୍‌ରେ ସଚିନ ତେନ୍ଦୁଲକର ଯଥାକ୍ରମେ ୧୪୩ ଏବଂ ୧୩୪ରନର ପାଳି ଖେଳିଥିଲେ। ଏହି ଦୁଇଟି ମ୍ୟାଚ୍‌ରେ ଓ୍ବାର୍ଣ୍ଣଙ୍କୁ ପ୍ରବଳ ପ୍ରହାର କରିଥିଲେ ସଚିନ। ମ୍ୟାଚ୍‌ ପରେ ଓ୍ବାର୍ଣ୍ଣ କହିଥିଲେ, ସ୍ବପ୍ନରେ ବି ମୁଁ ସଚିନଙ୍କ ଛକା, ଚୌକା ଦେଖୁଛି। ସୂଚନାଯୋଗ୍ୟ, ଓ୍ବାର୍ଣ୍ଣ ୧୪୫ଟି ଟେଷ୍ଟ ଖେଳି ୭୦୮ଟି ଉଇକେଟ ନେଇଥିଲେ। ଟେଷ୍ଟରେ ୭୦୦ ଉଇକେଟ୍‌ ନେବାରେ ସେ ପ୍ରଥମ ଖେଳାଳି ହୋଇପାରିଥିଲେ। ସେହିପରି ୧୯୪ଟି ଏକଦିବସୀୟ ମ୍ୟାଚ୍‌ ଖେଳି ୨୯୩ଟି ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri