Posted inଖେଳ

ସଚିନଙ୍କ ପୁଅଙ୍କ ଯୋଗୁ ଏହି ଖେଳାଳିଙ୍କ ଭାଗ୍ୟ ଫିଟିଲା

ମୁମ୍ବାଇ,୧୬।୧୦: ଚଳିତ ବିଜୟ ହଜାରେ ଟ୍ରଫିରେ ଯଦିଓ ମୁମ୍ବାଇ ଦଳର ପ୍ରଦର୍ଶନ ସେତେଟା ଖାସ୍‌ ନାହିଁ ତଥାପି ଦଳର ଯୁବ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଯଶଓ୍ବାଲ୍‌ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଦିନେ ଠେଲା ଗାଡିରେ ଗୁପଚୁପ୍‌ ବିକୁଥିବା ଏହି ୧୭ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌ ବିଜୟ ହଜାରେ ଟ୍ରଫିର ୪ଟି ମ୍ୟାଚରୁ ୭୫.୨୫ ହାରରେ ୩୦୧ରନ୍‌ ସଂଗ୍ରହ କରିଛନ୍ତି। ସେ ଝାଡଖଣଣ୍ଡ ବିପକ୍ଷ ମ୍ୟାଚରେ ଦ୍ୱିଶତକ ଅର୍ଜନ କରିଛନ୍ତି। ଯଶସ୍ବୀଙ୍କ ସଫଳତା ପଛରେ ସଚିନ ତେନ୍ଦୁଲକରଙ୍କ ହାତ ରହିଛି। କାରଣ ତାଙ୍କ ପୁଅ ଅର୍ଜୁନ ତେନ୍ଦୁଲକରଙ୍କ ଭଲ ବନ୍ଧୁ ହେଉଛନ୍ତି ଯଶସ୍ବୀ। ବେଙ୍ଗାଲୁରୁସ୍ଥିତ ଜାତୀୟ କ୍ରିକେଟ ଏକାଡେମୀରେ ଖେଳୁଥିବାବେଳେ ଉଭୟ ଗୋଟିଏ ରୁମ୍‌ରେ ରହୁଥିଲେ। ପରେ ୨୦୧୮ରେ ଅର୍ଜୁନ ନିଜ ପିତାଙ୍କ ସହ ଯଶସ୍ବୀଙ୍କ ଭେଟ କରାଇଥିଲେ। ପ୍ରଥମଦେଖାରେ ସଚିନ ତାଙ୍କୁ ଏକ ବ୍ୟାଟ୍‌ ଉପହାର ଦେଇଥିଲେ। ନିଜ ଡେବ୍ୟୁ ମ୍ୟାଚ୍‌ରେ ଏହି ବ୍ୟାଟ୍‌ରେ ଖେଳିବାକୁ ଅନୁରୋଧ ମଧ୍ୟ କରିଥିଲେ ସଚିନ। ଏହାପରେ ଯଶସ୍ବୀ ପଛକୁ ଫେରି ଚାହିଁଁ ନ ଥିଲେ। ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରିଚାଲିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri