ସଚିନଙ୍କ ରେକର୍ଡ ଭାଙ୍ଗିଲେ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ

ଲିଡ୍ସ,୫।୭- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ୨୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି ଆଫାଗାନିସ୍ତାନ ଓପନର ଇକ୍ରାମ ଅଲିଖିଲ। ସେ ବିଶ୍ୱକପ୍‌ ଇତିହାସରେ ସର୍ବକନିଷ୍ଠ ଖେଳାଳି ଭାବେ ୮୦ରୁ ଊର୍ଦ୍ଧ୍ୱ ରନ୍‌ କରିଛନ୍ତି। ତାଙ୍କ ବୟସ ଏବେ ୧୮ ବର୍ଷ ଓ ୨୭୮ ଦିନ। ସେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତିମ ମ୍ୟାଚ୍‌ରେ ୮୬ ରନ୍‌ର ଇନିଂସ ଖେଳିଥିଲେ। ହେଲେ ଦଳକୁ ଜିତାଇ ପାରି ନ ଥିଲେ। ଏଥିପୂର୍ବରୁ ଏହି ରେକର୍ଡ ସଚିନଙ୍କ ନାମରେ ଥିଲା। ସେ ୧୯୯୨ ବିଶ୍ୱକପ୍‌ରେ ଜିମ୍ବାଓ୍ବେ ବିପକ୍ଷରେ ୮୧ ରନ୍‌ କରିିଥିଲେ। ସେତେବେଳେ ତାଙ୍କ ବୟସ ୧୮ ବର୍ଷ ୩୧୮ ଦିନ ହୋଇଥିଲା। ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ଶେହଜାଦଙ୍କ ଆହତ ଯୋଗୁ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବା ପରେ ଇକ୍ରାମଙ୍କୁ ଆଫଗାନିସ୍ତାନ ଦଳରେ ସ୍ଥାନ ମିଳିଥିଲା। ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସଙ୍ଗକାରାଙ୍କୁ ନିଜର ଆଇଡଲ ବୋଲି ଇକ୍ରାମ କହିଛନ୍ତି। ବ୍ୟାଟିଂ କରିବାବେଳେ ସଙ୍ଗକାରା କେଉଁଭଳି ଖେଳୁଥିଲେ, ତାହା ଚିନ୍ତା କରୁଥିଲି। ଷ୍ଟ୍ରାଇକ୍‌ ରୋଟେଟ୍‌ ଓ ଦରକାରବେଳେ ଚୌକା ଲଗାଇ ପାରୁଥିବା ଦକ୍ଷତା ସଙ୍ଗକାରାଙ୍କୁ ବିଶ୍ୱ ସ୍ତରୀୟ ବ୍ୟାଟ୍ସମ୍ୟାନର ପରିଚୟ ଦିଏ। ଏଥିଯୋଗୁ ମୁଁ ତାଙ୍କ ନକଲ କରିବାକୁ ଉଦ୍ୟମ କରୁଛି। କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭଙ୍ଗ କରିଥିବାରୁ ମୁଁ ଗର୍ବିତ ବୋଲି ଇକ୍ରାମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri