ସଚେତନତା ସତ୍ତ୍ୱେ ଗଞ୍ଜାମରେ ଅଲୋଡ଼ା ଶିଶୁକନ୍ୟା: ଦୁଇଟି ସ୍ଥାନରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର ଅଫିସ, ୧୫ା୨- ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି ସରକାର ଅନେକ ଥର କହିଛନ୍ତି। ସେଥିପାଇଁ କେନ୍ଦ୍ର ସରକାର ବେଟି ବଚାଓ, ବେଟି ପଢ଼ାଓ ଯୋଜନା କରିଛନ୍ତି। ଅନ୍ୟପଟେ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ‘ମୋ ଗେହ୍ଲା ଝିଅ’ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏସବୁ ସତ୍ତ୍ୱେ ଜିଲାରେ ଏବେ ବି ଶିଶୁକନ୍ୟା ଅଲୋଡ଼ା ହୋଇପଡିଛି। ଏହି କ୍ରମରେ ଶନିବାର ସକାଳେ ବଡ଼ବଜାର ଥାନା ଅନ୍ତର୍ଗତ ବିନାୟକ ଆଚାର୍ଯ୍ୟ କଲେଜ ରାସ୍ତା କଡ଼ରେ ଥିବା ଡମ୍ପିଂ ପଏଣ୍ଟରୁ ଏକ ନବଜାତ ଶିଶୁକନ୍ୟାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ୩/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସେହିପରି ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏମ୍‌କେସିଜି ମେଡିକାଲ ଖେଳପଡ଼ିଆ ପାର୍ଶ୍ୱ ନାଳରୁ ପୋଲିସ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରିଛି। କେହି ଜଣେ ମହିଳା ଶିଶୁକନ୍ୟାକୁ ଜନ୍ମ କରିବା ପରେ ଉକ୍ତ ନାଳରେ ଫୋପାଡ଼ି ଦେଇଥିବା ପୋଲିସ ସନ୍ଦେହ କରୁଛି। ଏନେଇ ପୋଲିସ ୭୩/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଭାରପ୍ରାପ୍ତ ଥାନାଧିକାରୀ ସୁମନ୍ତ କୁମାର କିଷାନ କହିଛନ୍ତି। ଏଥିସହ ପୋଲିସ ଉକ୍ତ ଘଟଣାର ତଦନ୍ତ କରୁଛି ବୋଲି କହିଛି। ଏବେ ବି ସମାଜରେ ଲୋକମାନଙ୍କ ମଧ୍ୟରେ ପୁଅ-ଝିଅର ତାରତମ୍ୟକୁ ନେଇ ଅନ୍ଧବିଶ୍ୱାସ ରହିଛି । ଗତ ୬ ମାସ ମଧ୍ୟରେ ଜିଲାର ବିଭିନ୍ନ ସ୍ଥାନରୁ ୮ ରୁ ଊର୍ଦ୍ଧ୍ୱ ଶିଶୁକନ୍ୟା ଚାଇଲ୍ଡ ଲାଇନ ପକ୍ଷରୁ ଉଦ୍ଧାର କରାଯାଇ ବାଳାଶ୍ରମରେ ଥିବା ପୋଷ୍ୟ ସନ୍ତାନ ଥଇଥାନ କେନ୍ଦ୍ରରେ ରଖାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ ଜଣ ଶିଶୁକନ୍ୟାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ଲୋକମାନଙ୍କୁ ଅଧିକ ସଚେତନ କରିବା ଆବଶ୍ୟକ ରହିଛି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri