ସଚେତନତା ହିଁ ଆଣିବ ସ୍ଥିରତା

ସୋନପୁର,୧୧।୭(ନି.ପ୍ର.): ଜିଲା ସ୍ବାସ୍ଥ୍ୟ ସମିତି ସୁବର୍ଣ୍ଣପୁର ତରଫରୁ ବିଶ୍ୱ ଜନସଂଖ୍ୟା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ ବ୍ୟାପକ ସଚେତନତା ଦ୍ୱାରା ହିଁ ସ୍ଥିରତା ସମ୍ଭବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ସମଗ୍ର ଅଭିଯାନକୁ ଦୁଇଟି ପକ୍ଷରେ ପାଳନ କରାଯାଉଛି। ୨୭ ଜୁନ୍‌ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ଏହା ସଚେତନତା ପକ୍ଷ ହିସାବରେ ପାଳିତ ହେଉଥିବା ବେଳେ ୧୧ ଜୁଲାଇରୁ ୨୪ଜୁଲାଇ ପର୍ଯ୍ୟନ୍ତ ଏହା ସ୍ଥିରୀକରଣ ପକ୍ଷ ହିସାବରେ ପାଳିତ ହେବ। ଜିଲାରେ ପୁରୁଷ ବନ୍ଧ୍ୟାକରଣ ଅସ୍ତ୍ରୋପଚାର ସଂଖ୍ୟା ନଗନ୍ୟ ଥିବାରୁ ଏ ସମ୍ପର୍କରେ ବ୍ୟାପକ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସଚେତନତା ପକ୍ଷରେ ଲୋକଙ୍କୁ ସଚେତନ କରିବା ପାଇଁ ତୃଣମୂଳସ୍ତରରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ପରିବାର ନିୟୋଜନ ସକାଶେ ସଚେତନତା ସୃଷ୍ଟି ପାଇଁ ପୋଷ୍ଟର, ବେନର, ହୋଡିଂ, ଲିଫଲେଟ୍‌ ସଚେତନତା ରଥ, ଗାଁ କଲ୍ୟାଣ ସମିତି ତରଫରୁ ସଚେତନତା ବୈଠକ ପରି ବିଭିନ୍ନ ପଦକ୍ଷେପ ନିଆଯାଇଛି। ସ୍ଥିରୀକରଣ ପକ୍ଷରେ ଗ୍ରାମ୍ୟସ୍ତରରେ ଆଶାକର୍ମୀଙ୍କ ଠୁ ଆରମ୍ଭ କରି ସ୍ବାସ୍ଥ୍ୟ ଉପକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଉପଖଣ୍ଡ ଚିକିତ୍ସାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗର୍ଭ ନିରୋଧକ ବଟିକା, କଣ୍ଡୋମ, ଆୟୁସିଡି ପାଇଁ ନିରୋଧକ ଇଞ୍ଜେକ୍‌ସନ ଅନ୍ତରା, ଗର୍ଭ ନିରୋଧକ ଅସ୍ତ୍ରୋପଚାର ଆଦି ସେବା ଉପଲବ୍ଧ କରାଯିବ। ଏହି ପକ୍ଷରେ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପ୍ରତି ବ୍ଲକ ପାଇଁ ୪୫ସଂଖ୍ୟକ ମହିଳା ପରିବାର ନିୟୋଜନ ଅସ୍ତ୍ରୋପଚାର, ୧୫ ସଂଖ୍ୟକ ପୁରୁଷ ପରିବାର ନିୟୋଜନ ଅସ୍ତ୍ରୋପଚାର, ୧୨୦ସଂଖ୍ୟକ ଆୟୁସିଡି ଏବଂ ୫୦ ସଂଖ୍ୟକ ଅନ୍ତରା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଜିଲା ମ୍ୟାଲେରିଆ ଅଧିକାରୀ ଡାକ୍ତର ନବକିଶୋର ବେହେରା, ଜିଲା ଯକ୍ଷ୍ମା ଅଧିକାରୀ ଡାକ୍ତର ପଦ୍ମହଂସା ଦୋରା ପ୍ରମୁଖ ମଞ୍ଚାସୀନ ରହି ନିଜର ମତାମତ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri