ସଜେଇ ହେଉଛି କପିଳାସ

ଢେଙ୍କାନାଳ ଅଫିସ,୨୦।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ସଜେଇ ହୋଇଛି କପିଳାସ। ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ଏହି ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଏସ୍‌ପି ଅନୁପମା ଜେମ୍‌ସ ଏବଂ ବୁଧବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ପୀଠକୁ ଯାଇ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଶ୍ରଦ୍ଧାଳୁମାନେ ଯେପରି କୌଣସି ସମସ୍ୟାରେ ନ ପଡ଼ନ୍ତି ସେଥିଲାଗି ଦୃଷ୍ଟି ଦେବାକୁ ଜିଲାପାଳ ସମସ୍ତ ବିଭାଗକୁ ସତର୍କ କରାଇଛନ୍ତି।


ଚଳିତବର୍ଷ ଜାଗର ଯାତ୍ରାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏସ୍‌ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୩ ପ୍ଲାଟୁନ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ହେବେ। ତନ୍ମଧ୍ୟରେ ଜଣେ ଅତିରିକ୍ତ ଏସ୍‌ପି, ୬ ଡିଏସ୍‌ପି, ୧୦ ଇନ୍ସପେକ୍ଟର, ୮୧ ଏସ୍‌ଆଇ ଏବଂ ଏଏସ୍‌ଆଇ, ୫ ଟ୍ରାଫିକ ପୋଲିସ, ୭୩ ଓଆର କନଷ୍ଟେବଳ, ୯ ହାବିଲଦାର ଏବଂ ୧୬୦ ହୋମଗାର୍ଡ ଅଛନ୍ତି। ପୋଲିସ କର୍ମଚାରୀ ଏବଂ ଅଧିକାରୀଙ୍କୁ ଗୁରୁବାର ପୀଠର ଦାୟିତ୍ୱ ବଣ୍ଟନ କରାଯିବ। ଅନ୍ୟପଟେ ଜାଗରଯାତ୍ରା ଉପଲକ୍ଷେ ଚଳିତବର୍ଷ ପୀଠ ପରିସରକୁ ପ୍ଲାଷ୍ଟିକ୍‌ ଏବଂ ପଲିବ୍ୟାଗ୍‌ ଆଣିବା ଉପରେ କଟକଣା ଲାଗିଛି। ଟ୍ରାଫିକ୍‌ ବ୍ୟବସ୍ଥା ନିୟନ୍ତ୍ରଣ ଲାଗି ସୁବନ୍ଦୋବସ୍ତ କରାଯାଇଛି। ଜାଗରଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ଦିର, ପାର୍ଶ୍ୱ ମନ୍ଦିର, ରୋଷଘର, କପିଳାସ ପାହାଚରାସ୍ତା, ମୁଖଶାଳା, ମୁଖଶାଳା ନିକଟରେ ଥିବା ବୃଷଭ ସାଙ୍ଗରେ ନୂଆ ରଙ୍ଗ ଲାଗି ହୋଇଛି। ପ୍ରବେଶପଥକୁ ପରିଷ୍କାର ପରିଚ୍ଛନ୍ନ କରାଯିବା ସହ ବିଭିନ୍ନ ସ୍ଥାନରେ ସାଜସଜ୍ଜା କରାଯାଉଛି। ମନ୍ଦିର ପରିସରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସିସିଟିଭି କ୍ୟାମେରା ଲଗାଯାଇଛି। ପୀଠ ନିକଟରେ ଏଲ୍‌ଇଡି ବ୍ୟବସ୍ଥା ହୋଇଛି। ଏହା ମାଧ୍ୟମରେ ଶ୍ରଦ୍ଧାଳୁମାନେ ସୁବିଧାରେ ଯାତ୍ରାର ମଜା ନେଇପାରିବେ। ଶୁକ୍ରବାର ମହାଶିବରାତ୍ରି ପଡୁଥିବାବେଳେ ଗୁରୁବାରଠାରୁ ପୀଠକୁ ଜନସମାଗମ ହେବେ। ଏଥିଲାଗି ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri