Posted inଜାତୀୟ

ସଜ୍ଜାଦ ଲୋନ୍‌ ଅଟକମୁକ୍ତ ପରେ ଗୃହବନ୍ଦୀ

ଶ୍ରୀନଗର,୬ା୨: ଜମ୍ମୁ-କଶ୍ମୀରର ଦୁଇ ପ୍ରମୁଖ ରାଜନେତା ସଜ୍ଜାଦ ଲୋନ୍‌ ଓ ଓ୍ବାହିଦ ପାରାଙ୍କୁ ବୁଧବାର ଅଟକମୁକ୍ତ କରାଯିବା ପରେ ତାଙ୍କୁ ପ୍ରଶାସନ ଗୃହବନ୍ଦୀ ରଖିଛି। ଗତବର୍ଷ ଅଗଷ୍ଟରେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ସହ ଏହି ନେତାମାନଙ୍କୁ ଅଟକ ରଖାଯାଇଥିଲା। ଠିକ୍‌ ୬ ମାସ ପରେ ସେମାନଙ୍କୁ ଅଟକରୁ ମୁକ୍ତ କରାଯାଇଛି। ଜମ୍ମୁ-କଶ୍ମୀର ପିପୁଲ୍ସ କନ୍‌ଫରେନ୍ସ ନେତା ଲୋନ୍‌ ଏବଂ ପିଡିପି ନେତା ଓ୍ବାହିଦ ଶ୍ରୀନଗରସ୍ଥିତ ବିଧାୟକ ହଷ୍ଟେଲରୁ ବାହାରିବା ମାତ୍ରେ ସେମାନଙ୍କୁ ଗୃହବନ୍ଦୀ କରାଯାଇଥିଲା। ରାଜ୍ୟର ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବଦୁଲ୍ଲା, ତାଙ୍କ ପୁଅ ଓମାର ଅବ୍‌ଦୁଲ୍ଲା ଏବଂ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତି ଏବେ ମଧ୍ୟ ଅଟକ ରହିଛନ୍ତି। ସେମାନେ କେବେ ମୁକ୍ତ ହେବେ ସେନେଇ କେନ୍ଦ୍ର ସରକାର କୌଣସି ନିର୍ଦ୍ଦିଷ୍ଟ ତାରିଖ ଦେଇନାହାନ୍ତି। ଉପଯୁକ୍ତ ସମୟରେ ସେମାନଙ୍କୁ ମୁକ୍ତ କରାଯିବ ବୋଲି ସରକାର କହିଆସୁଛନ୍ତି। ମଙ୍ଗଳବାର ଜମ୍ମୁ-କଶ୍ମୀର ପ୍ରଶାସନ ଦୁଇଜଣ ନେତା ପୂର୍ବତନ ପିଡିପି ବିଧାୟକ ଐଜାଜ୍‌ ଅହମଦ ମୀର୍‌ ଏବଂ ଶକିଲ ଅହମଦ କଲନ୍ଦରଙ୍କୁ ମୁକ୍ତ କରିଥିଲେ। ଶକିଲ ହେଉଛନ୍ତି ଫେଡେରେଶନ ଚାମ୍ବର ଅଫ୍‌ ଇଣ୍ଡଷ୍ଟ୍ରିଜ୍‌, କଶ୍ମୀରର ପୂର୍ବତନ ଅଧ୍ୟକ୍ଷ।
ବର୍ତ୍ତମାନ ସୁଦ୍ଧା ଜମ୍ମୁ-କଶ୍ମୀରରେ ୩୮୯ ଜଣଙ୍କୁ ଜନସୁରକ୍ଷା ଆଇନ (ପିଏସ୍‌ଏ)ରେ ଅଟକ ରଖାଯାଇଥିବା ସରକାର ବୁଧବାର ରାଜ୍ୟ ସଭାରେ କହିଛନ୍ତି। ମୋଟ ୪୪୪ ଜଣଙ୍କ ବିରୋଧରେ ପିଏସ୍‌ଏରେ ଅଟକ ନିର୍ଦ୍ଦେଶନାମା ଜାରି ହୋଇଥିଲା। ସେଥିରୁ ବର୍ତ୍ତମାନ ସୁଦ୍ଧା ୩୮୯ ଜଣ ଏବେ ଅଟକ ରହିଥିବା ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜି. କିଷନ ରେଡ୍ଡୀ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri