ସଡ଼କ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ: ପ୍ରତିଶ୍ରୁତିପରେ ହଟିଲା ରାସ୍ତା ରୋକୋ

ବରୀ/ରତ୍ନଗିରି,୩୦-୧୦(ସ୍ବ.ପ୍ର./ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବରୀ-ବରୁହାଁ ମୁଖ୍ୟ ରାସ୍ତାର ବରୀ ମାଉଣ୍ଡ ବଜାର ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଅରଙ୍ଗାବାଦ୍‌ ପଞ୍ଚାୟତର ପୂର୍ବତନ ସରପଞ୍ଚ ରଘୁନାଥ ଜେନା(୬୬)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତ ପରିବାରର ଓ ଗ୍ରାମବାସୀ କ୍ଷତିପୂରଣ ଦାବିରେ ବରୀ-ବରୁହଁା ମୁଖ୍ୟ ରାସ୍ତାକୁ ଟାୟାର ଜାଳି ଅବରୋଧ କରିଥିଲେ। ଖବର ପାଇ ବରୀ ତହସିଲଦାର ପ୍ରଭାସ ବେଉରା ଓ ଥାନା ଅଧିକାରୀ ମାର୍କଣ୍ଡ ମିଶ୍ର ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ହେଲେ ଗ୍ରାମବାସୀ ଘଟଣାସ୍ଥଳକୁ ଜିଲାପାଳଙ୍କୁ ଆସିବାକୁ ଦାବି କରିବା ସହ ମୃତ ପରିବାରଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଆନ୍ଦୋଳନ ଜାରିରଖିଥିଲେ। ସନ୍ଧ୍ୟାରେ ଡିଏସ୍‌ପି ରବୀନ୍ଦ୍ର କୁମାର ଜେନା ଓ ଆଡିସ୍‌ନାଲ ଏସ୍‌ପି ଅକ୍ଷୟ କୁମାର ଦାସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ମୃତକଙ୍କ ପରିବାରକୁ ରେଡ୍‌କ୍ରସ୍‌ ପାଣ୍ଠରୁ ୧୦ ହଜାର ଏବଂ ହରିଶଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ପ୍ରଦାନ କରିଥିଲେ। ଏଥିସହ ଟ୍ରକ୍‌ ମାଲିକ ବୁଧବାର ୨୦ ହଜାର ଟଙ୍କା ଦେବାକୁ ଆଡିସ୍‌ନାଲ ଏସ୍‌ପି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିବା ଜଣାପଡିଛି। ପୋଲିସ ଟ୍ରକ୍‌ ଜବତ କରିବା ସହ ଡ୍ରାଇଭରକୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ଏଥିସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଦୀର୍ଘ ୫ ଘଣ୍ଟା ଆନ୍ଦୋଳନ ଜାରି ରହିବା ଫଳରେ ଯାନବାହନ ଚଳାଚଳ ଏକ ପ୍ରକାର ଠପ୍‌ ହୋଇଯାଇଥିଲା। ବରୀ ମାଉଣ୍ଡ ବଜାର ପକ୍ଷରୁ ରଘୁନାଥଙ୍କ ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରାଯିବା ସହ ଦୋକାନ ବଜାର ବନ୍ଦ କରି ଦିଆଯାଇଥିଲା। ବରୀ ବିଧାୟିକା ସୁନନ୍ଦା ଦାସ ଏବଂ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରକାଶ ଯେ, ଏକ ଦଶଚକିଆ ଟ୍ରକ୍‌ ବରୀରୁ ବରୁହାଁ ଅଭିମୁଖେ ଯାଉଥିଲା। ବରୀ ମାଉଣ୍ଡ ଟ୍ରେକ୍‌ର ଷ୍ଟାଣ୍ଡ ନିକଟରରେ ଜଣେ ବ୍ୟବସାୟୀ ସାଇକେଲ ଧରି ରାସ୍ତା ଉପରକୁ ଚାଲି ଆସିଥିଲେ। ଏହା ଦେଖି ରଘୁନାଥ ଟ୍ରକ୍‌ଟିକୁ ଅଟକାଇବାକୁ ଚେଷ୍ଟା କରିଥିଲେ। ହେଲେ ଟ୍ରକ୍‌ଡ୍ରାଇଭର ଜାଣିପାରି ନ ଥିଲେ। ଫଳରେ ଗାଡ଼ିଟି ତାଙ୍କୁ ଧକ୍କା ଦେଇ ୨ ଗୋଡରେ ଚଢିଯାଇଥିଲା। ଘଟଣାସ୍ଥଳରେ ରଘୁନାଥଙ୍କ ମୃତ୍ୟୁ ହୋଇଯାଇଥିଲା। ଡ୍ରାଇଭର ଗାଡି ନେଇ ପଳାଇବାକୁ ଚେଷ୍ଟା କରୁଥିବା ବେଳେ ସଦର ଥାନା ପୋଲିସ ପିଛାକରି ଗାଡି ଜବତ କରିବା ସହ ଡ୍ରାଇଭରଙ୍କୁ ଗିରଫ କରି ଥାନାକୁ ଆଣିଥିଲା। ଅନ୍ୟମାନଙ୍କ ମଧ୍ୟରେ ବରୀ ବ୍ଲକ ଅଧ୍ୟକ୍ଷା ସୁଭାଶିନୀ ନାଥ ଶର୍ମା, ଯାଜପୁର ଜିଲା ପୂର୍ବତନ ଭାଜପା ଅଧ୍ୟକ୍ଷ ଆଶୁତୋଷ ପରିଡା, ଜିଲା ପରିଷଦ ସଭ୍ୟ ରବୀନ୍ଦ୍ର ଜେନା, ଉପାଧ୍ୟକ୍ଷ ରମେଶ ଚନ୍ଦ୍ର ଭଞ୍ଜ , ସରପଞ୍ଚ ବିଜୟ ସାହାଣୀ, ସରପଞ୍ଚ ସୁସାନ୍ତ ମଲ୍ଲିକ, କଂଗ୍ରେସ ନେତା ବଳରାମ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri