ସଡ଼କ ଦୁର୍ଘଟଣାରେ ଯୁବ ଚିତ୍ରଶିଳ୍ପୀଙ୍କ ମୃତ୍ୟୁ: ପ୍ରତିବାଦରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ/ରେମୁଣା, ୧୨।୧୦(ଡି.ଏନ.ଏ.)-ବାଲେଶ୍ୱର-ରେମୁଣା ରାସ୍ତାର ଗୋଲେଇ ଛକସ୍ଥିତ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶନିବାର ଅପରାହ୍ନ ସମୟରେ ଏକ ସଡକ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ଯୁବ ଚିତ୍ରଶିଳ୍ପୀ ଦେବେନ୍ଦ୍ର ଖଟୁଆ (୪୨)ଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ରାସ୍ତା ଉପରେ ବେଆଇନ ଗାଡି ପାର୍କିଂ ବନ୍ଦ କରିବା, ହମ୍ପସ ନିର୍ମାଣ, ବିଭିନ୍ନ ଛକରେ ଟ୍ରାଫିକ ପୋଷ୍ଟ ନିର୍ମାଣ, ସହର ଭିତରେ ଦିନବେଳା ଭାରିଯାନ ଚଳାଚଳ ବନ୍ଦ କରିବା ଭଳି ଦାବି ନେଇ ବାଲେଶ୍ୱର-ରେମୁଣା ରାସ୍ତା ଅବରୋଧ କରିଥିଲେ। ଡିଏସ୍‌ପି ଉମେଶ ପଣ୍ଡା, ଶିଳ୍ପାଞ୍ଚଳ ଥାନାଧିକାରୀ ଜୟନ୍ତ ବେହେରା, ସହଦେବଖୁଣ୍ଟା ଥାନାଧିକାରୀ ପରେଶ ରାଉତ, ସଦର ଥାନାଧିକାରିଣୀ ମମତା ସାହୁ ଉପସ୍ଥିତ ରହି ଲୋକଙ୍କୁ ବୁଝାଶୁଝା କରି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା।
ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ମିନିଟ୍‌ରେ ଚିତ୍ରଶିଳ୍ପୀ ଦେବେନ୍ଦ୍ର ସହଦେବଖୁଣ୍ଟାରୁ ରେମୁଣା ଗୋଲେଇକୁ ନିଜର ସ୍କୁଟି (ନଂ. ଓଡ଼ି୦୧କ୍ୟୁ-୯୨୪୪) ଯୋଗେ ଯାଉଥିବା ବେଳେ ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ଏକ ଘରୋଇ ବସ୍‌ (ନଂ. ଓଡ଼ି୦୧ଆର୍‌-୩୯୯୯) ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ସେ ସ୍କୁଟିରୁ ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡ ଉପରେ ବସ୍‌ର ପଛଚକ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ଶିଳ୍ପାଞ୍ଚଳ ଥାନାରେ ଏକ ମାମଲା (ନଂ. ୧୪୬/୧୯) ରୁଜୁ କରାଯାଇ ବସ୍‌ର ଡ୍ରାଇଭରଙ୍କୁ ଗିରଫ କରାଯାଇଥିବା ଶିଳ୍ପାଞ୍ଚଳ ଥାନାଧିକାରୀ ଜୟନ୍ତ ବେହେରା ସୂଚନା ଦେଇଛନ୍ତି। ତାଙ୍କର ମୃତଦେହକୁ ଜିଲା ମୁଖ୍ୟଚିକିତ୍ସାଳୟକୁ ଅଣାଯିବା ପରେ ଡାକ୍ତରଖାନା ପରିସର ଲୋକାରଣ୍ୟ ହୋଇପଡିଥିଲା। ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ରାଜନେତା, ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀଶିକ୍ଷକ, ସମାଜସେବୀ, ଚିତ୍ରଶିଳ୍ପୀ, ସାହିତି୍ୟକ, କବି ଓ ଲେଖକ ତଥା ବିଭିନ୍ନ ବର୍ଗର ଲୋକମାନେ ତାଙ୍କର ଶେଷଦର୍ଶନ କରିଥିଲେ। ଦେବେନ୍ଦ୍ରଙ୍କ ୨ ପୁଅ ଓ ସ୍ତ୍ରୀ ବାଙ୍ଗାଲୋରରେ ଥିବା ବେଳେ ଏପରି ଦୁଃଖଦ ଘଟଣା ଘଟିଛି। ତାଙ୍କ ମୃତ୍ୟୁରେ ସହରରେ ଶୋକର ଛାୟା ଖେଳିଯାଇଛି।
ଚିତ୍ରଶିଳ୍ପୀ ଦେବେନ୍ଦ୍ର ଲଳିତ କଳା ଏକାଡ଼େମୀ ତରଫରୁ ୨ଥର ରାଜ୍ୟ ସରକାରଙ୍କଠାରୁ ସମ୍ମାନିତ ହୋଇଛନ୍ତି। ସେ ଏକ ସରକାରୀ ବିଦ୍ୟାଳୟରେ ଚୁକ୍ତିଭିିତ୍ତିକ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ମଡ଼ର୍ନ ପବ୍ଲିକ ସ୍କୁଲରେ ଶିକ୍ଷକତା କରୁଥିଲେ। ତାଙ୍କର ନିଖୁଣ ଚିତ୍ରକଳା ଅନ୍ୟମାନଙ୍କୁ ଆକର୍ଷିତ କରୁଥିଲା। ସେ ବାଲେଶ୍ୱର ବାହାରେ ବହୁ ଛାତ୍ରୀଛାତ୍ରଙ୍କୁ ଚିତ୍ରକଳା ଶିକ୍ଷାଦାନ ଦେଇଛନ୍ତି। ଜଣେ ଯୁବ ସଙ୍ଗଠକ ଭାବରେ ମଧ୍ୟ ବହୁ ଅନୁଷ୍ଠାନ ସହ ଜଡ଼ିତ ରହିବା ସହ ଜଣେ ମେଳାପୀ, ମିଷ୍ଟଭାଷୀ, ପରୋପକାରୀ, ସମାଜସେବୀ ଭାବରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କର ଅକାଳ ବିୟୋଗ ଚିତ୍ର ଓ ସାହିତ୍ୟ କ୍ଷେତ୍ରରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri