ସଡ଼କ ସୁରକ୍ଷା ନେଇ ସଚତନତା କାର୍ଯ୍ୟକ୍ରମ: ଗାଡ଼ିଚାଳକଙ୍କୁ ଗୋଲାପ ଫୁଲ ଦେଇ ସଚେତନ କଲେ ଛାତ୍ରୀଛାତ୍ର

ନୂଆପଡା ଅଫିସ,୨ା୧୦ – ରାଜ୍ୟରେ ଏବେ ସଡକ ସୁରକ୍ଷା ଏବଂ ପରିବହନ ନିୟମ ଉପରେ ବିଭିନ୍ନ ବିକଳ୍ପ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ନ୍ୟାଶନାଲ କଲେଜ ଛାତ୍ରୀଛାତ୍ରମାନେ ଗୋଟିଏ ପାଦ ଆଗକୁ ଆସି ନିୟମ ମାନି ଚଳୁଥିବା ଗାଡିଚାଳକମାନଙ୍କୁ ଗୋଲାପ ଫୁଲ ବାଣ୍ଟି ଚମକାଇ ଦେଇଛନ୍ତି । ଏହା ଗାଡି ଚାଳକମାନଙ୍କ ମଧ୍ୟରେ ଉତ୍ସାହ ଭରିଦେଇଛି ।
ମଙ୍ଗଳବାର ପୂର୍ବାହ୍ନରେ ସ୍ଥାନୀୟ ନ୍ୟାଶନାଲ କଲେଜରେ ନ୍ୟାଶନାଲ ହାଇସ୍କୁଲର ଏନଏସଏସ ବିଭାଗ, ଜିଲା ପୋଲିସ ଏବଂ ପରିବହନ ବିଭାଗର ମିଳିତ ଆନୁକୂଲ୍ୟରେ ସଡକ ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସପି ବିନୀତ କୁମାର ଅଗ୍ରୱାଲ ସଭାପତିତ୍ୱ କରିଥିବାବେଳେ ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଶାନ୍ତ କୁମାର ପରିଡା, ପ୍ରାଧ୍ୟାପକ କିଶୋର କୁମାର ବାରିକ, ସୁରେନ୍ଦ୍ର ମୋହନ ବାଗ, ଡ. ଗଜେନ୍ଦ୍ର ପ୍ରସାଦ ନାୟକ, ନୃସିଂହ ଚରଣ ସାହୁ, ଈଶ୍ୱର ପଟେଲ, ପ୍ରେମ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ସରକାରଙ୍କ ପରିବହନ ଅଧିନିୟମର ବିଭିନ୍ନ ଦିଗ ଉପରେ ଅତିଥମାନେ ବୁଝାଇବାବେଳେ ଏହାର ଅନୁପାଳନ କରିବା ସହ ସଚେତନତା ଆଣିବାକୁ ଛାତ୍ରୀଛାତ୍ରମାନଙ୍କୁ ଆହ୍ବାନ ଦେଇଥିଲେ । ଏହି ଅବସରରେ ଛାତ୍ରୀଛାତ୍ର, ପୋଲିସ କର୍ମଚାରୀମାନଙ୍କ ଏକ ରାଲି ବାହାରି ସହରର ଏକତା ଛକ ପର୍ଯ୍ୟନ୍ତ ଯାଇଥିଲା । ସେଠାରେ ଛାତ୍ରୀଛାତ୍ରମାନେ ବିଭିନ୍ନ ଗାଡିଚାଳକମାନଙ୍କୁ ଅଟକାଇ ସଚେତନତା କରିଥିଲେ । କାର୍ଯ୍ୟକ୍ରମକୁ ନୂଆପଡା ଥାନାଧିକାରୀ ଆଦିତ୍ୟ କୁମାର ମହାକୁଡ, ଏସଡିପିଓ ପ୍ରଶାନ୍ତ କୁମାର ପଟ୍ଟନାୟକ, ପ୍ରକାଶ କୁମାର ସାହୁ ପ୍ରମୁଖ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri