ସଡ଼କ ସୁରକ୍ଷା, ପ୍ରଦୂଷଣ ପ୍ରତିକାର ଦାବିରେ ଜିଲାପାଳଙ୍କୁ ଭେଟିଲେ ବରିଷ୍ଠ ନାଗରିକ

ବରଗଡ଼ ଅଫିସ,୧୩।୧୨: ବରଗଡ଼ ସହରସ୍ଥିତ ଭଟଲି ଛକ ତଥା ସଂଲଗ୍ନ ରାସ୍ତାର ବିକାଶ, ସହରକୁ ଆସୁଥିବା ଯାତ୍ରୀଙ୍କ ସୁରକ୍ଷା ଏବଂ ପ୍ରଦୂଷଣର ପ୍ରତିକାର ଦାବିରେ ଶୁକ୍ରବାର ସ୍ଥାନୀୟ ନାଗରିକମାନେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସହରର ଭଟଲି ଛକ ପ୍ରମୁଖ ପ୍ରବେଶ ପଥ ହୋଇଥିବା ବେଳେ ସେଠାରେ ବିପଦସଙ୍କୁଳ ରାସ୍ତା ଯୋଗୁ ଯାତ୍ରୀ, ସ୍ଥାନୀୟ ସ୍କୁଲ, କଲେଜ ଛାତ୍ରୀଛାତ୍ରଙ୍କ ଜୀବନ ଅସୁରକ୍ଷିତ ହୋଇ ପଡ଼ିଛି। ସେହିପରି ସେଠାକୁ ସଂଲଗ୍ନ ରାସ୍ତାଘାଟ, ନାଳ ନର୍ଦ୍ଦମା ସଫେଇ ହେଉ ନ ଥିବାରୁ ଅଞ୍ଚଳ ପ୍ରଦୂଷିତ ହୋଇ ପଡ଼ିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଆଗକୁ ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହେବ। ସ୍ଥାନୀୟ ଲୋକଙ୍କ ସୁରକ୍ଷା ସାଙ୍ଗକୁ ପ୍ରଦୂଷଣ ପ୍ରତିକାର ଦିଗରେ ବିହିତ ପଦକ୍ଷେପ ନେବାକୁ ସ୍ମାରକପତ୍ରରେ ଜିଲାପାଳଙ୍କୁ ନିବେଦନ କରାଯାଇଛି। ସ୍ଥାନୀୟ ଏସ୍‌ପି ଏବଂ ପୌର ନିିର୍ବାହୀ ଅଧିକାରୀଙ୍କୁ ମଧ୍ୟ ଏ ନେଇ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି । କେଦାରନାଥ ମିଶ୍ର, ପୂର୍ଣ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖଙ୍କୁ ନେଇ ଏକ ପ୍ରତିନିଧି ମଣ୍ଡଳୀ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri