ସତ ଲୁଚାଉଛି ଚାଇନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪ା୪: କରୋନା ଭାଇରସ୍‌ର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଉହାନ ଭିତରକୁ ଯିବା ପାଇଁ ଆମେରିକୀୟ ବୈଜ୍ଞାନିକମାନଙ୍କୁ ମନା କରିଦେଇଛି ଚାଇନା। ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି କିମ୍ବା ଚାଇନାର ଅନ୍ୟ କୌଣସି ସ୍ଥାନକୁ ତଦନ୍ତ ନିମନ୍ତେ ଆମେରିକାର କେହି ଯାଇପାରିବେ ନାହିଁ ବୋଲି ରୋକ୍‌ଠୋକ୍‌ ମନାକରିଦେଇଛି ବେଜିଂ।
ଆମେରିକାର ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ଗୁରୁବାର ଏକ ଟିଭି ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କହିଛନ୍ତି, ଏବେ ମଧ୍ୟ ଚାଇନା ସରକାର ଆମେରିକୀୟ ବୈଜ୍ଞାନିକମାନଙ୍କୁ ଚାଇନା ଭିତରକୁ ଯିବାକୁ ଅନୁମତି ଦେଇନାହାନ୍ତି। କେବଳ ଉହାନ ଲାବ୍‌ ନୁହେଁ, ଭାଇରସ୍‌ ସମ୍ପର୍କରେ ଜାଣିବା ପାଇଁ ଯେଉଁ ସବୁ ସ୍ଥାନକୁ ସେମାନେ ଯିବାକୁ ଚାହିଁଛନ୍ତି ଚାଇନା ବାଧା ଦେଇଛି। ସେଠାରୁ ହିଁ ଭାଇରସ୍‌ ଅନ୍ୟ ସବୁଆଡ଼େ ବିସ୍ତାର ଲାଭ କରିଥିବା ନେଇ ଟ୍ରମ୍ପ୍‌ ପ୍ରଶାସନ ନିକଟରେ ସୂଚନା ରହିଛି। ତେବେ ଏନେଇ ଆମେ ସ୍ପଷ୍ଟ ଭାବେ ଜାଣିବାକୁ ଚାହୁଁ। ଜି ଜିନ୍‌ପିଙ୍ଗ୍‌ ସରକାର ଏନେଇ ଅଧିକ ସ୍ବଚ୍ଛତାର ପ୍ରମାଣ ଦେବା ଦରକାର ବୋଲି ପମ୍ପିଓ କହିଛନ୍ତି। ସେହିପରି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମଧ୍ୟ ଏହି କ୍ଷେତ୍ରରେ ସ୍ବଚ୍ଛତା ଅବଲମ୍ବନ କରୁନାହିଁ। ତେଣୁ ଡବ୍ଲ୍ୟୁଏଚ୍‌ଓକୁ ବି କରୋନା ସଂକ୍ରମଣ ବୃଦ୍ଧି ପାଇଁ ଉତ୍ତରଦାୟୀ କରାଯିବା ଦରକାର। ଅନ୍ୟ ରାଷ୍ଟ୍ରଗୁଡ଼ିକ ଡବ୍ଲ୍ୟୁଏଚ୍‌ଓର ବିଫଳତାକୁ ନେଇ କିପରି ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି ତାହା ଦେଖିବାର କଥା ବୋଲି ପମ୍ପିଓ କ୍ଷୋଭବ୍ୟକ୍ତ କରିଛନ୍ତି। ପ୍ରକାଶ ଯେ, ଏହି ସଙ୍ଗଠନ ଲୋକଙ୍କ ଜୀବନରକ୍ଷା ପରିବର୍ତ୍ତେ ଚାଇନାକୁ ରାଜନୈତିକ ସୁରକ୍ଷା ଦେବାରେ ଅଧିକ ତତ୍ପରତା ଦେଖିାଉଥିବା ଦର୍ଶାଇ ଗତ ସପ୍ତାହରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଡବ୍ଲ୍ୟୁଏଚ୍‌ଓକୁ ପାଣ୍ଠି ଯୋଗାଇବା ବନ୍ଦ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri