ସତୀଗୁଡା ଜଳଭଣ୍ଡାରରେ କମିଛି ପକ୍ଷୀ ସଂଖ୍ୟା:୨୦୧୯ରେ ଥିଲା ୨୧୧୭,ଚଳିତବର୍ଷ ୧୫୮୮

ମାଲକାନଗିରି,୪।୧ (ଡି.ଏନ୍‌.ଏ.)-
ମାଲକାନଗିରି ବନଖଣ୍ଡ ମାଲକାନଗିରି ବନାଞ୍ଚଳ ପକ୍ଷରୁ ଶୁକ୍ରବାର ସତୀଗୁଡା ଜଲଭଣ୍ଡାରରେ ପକ୍ଷୀଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ପକ୍ଷୀସଂଖ୍ୟା କମିଥିବା ଆକଳନରୁ ଜଣାପଡିଛି। ୨୦୧୯ରେ ସତୀଗୁଡା ଜଳଭଣ୍ଡାରରେ ୨୧୧୭ଟି ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୫୮୮ଟି ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା ଚିହ୍ନଟ କରାଯାଇଛି। ଚଳିତବର୍ଷ ବିଦେଶୀ ପକ୍ଷୀଙ୍କ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। କେଉଁ କାରଣରୁ ପକ୍ଷୀଙ୍କ ସଂଖ୍ୟା ହ୍ରାସ ପାଉଛି ସେ ସମ୍ପର୍କରେ ବନ ବିଭାଗ ସମୀକ୍ଷା କରୁଛି ବୋଲି ସହକାରୀ ବନ ସଂରକ୍ଷକ ଶ୍ରୀକାନ୍ତ ନାୟକ କହିଛନ୍ତି। ନାୟକଙ୍କ ନେତୃତ୍ୱରେ ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକ, ବନପାଳ ମୋହନ ଗୁଡିଆ, ରାଜେଶ କୁମାର ସେଠୀ, ହୃଷୀକେଶ ପାଣିଗ୍ରାହୀ, ଦୀପ୍ତିରଞ୍ଜନ ନାୟକ, ଅର୍ଜୁନ ବଟେ, ଗୋବିନ୍ଦ ମାଲି, ବାଳକୃଷ୍ଣ ମାଢି, ଅଭି ସୋଡି, ପି. ସନ୍ତୋଷ କୁମାର ପ୍ରମୁଖ ତାଲିମପ୍ରାପ୍ତ କର୍ମଚାରୀମାନେ ସତୀଗୁଡା ଜଳଭଣ୍ଡାରରେ ୪ଟି ଦଳରେ ବିଭକ୍ତ ହୋଇ ବାଇନୋକୁଲାର, ଜିପିଏସ୍‌ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଯନ୍ତ୍ରପାତି ସହାୟତାରେ ପକ୍ଷୀଗଣନା କରିଥିଲେ। ଏହି କାର୍ଯ୍ୟ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଚାଲିଥିଲା। ପାଣି ଡୁବୁକ ୨୨୩, ମାଟିଆ ଡୁବୁକି ୫୭୪, ବଡପାଣି କୁଆ ୪୯, ପାଣିକୁଆ ୧୭୭, ଛୋଟ ପାଣି କୁଆ ୪୦, ଦୁବ ହଂସ ୧, ହଂସରାଳି ୩୨୩, ବଗ ୧୧୪, ଖଇରାବଗ ୭, ବଡ ବଗ ୧୧, ପାଣି ବଗ ୨, ସାରସ ପକ୍ଷୀ ୬୭ଟି ଆସିଥିବା ଗଣନା ବେଳେ ଜଣାପଡିଥିଲା। ଚଳିତବର୍ଷ ପାଣି ଡୁବୁକି ଓ ସାରସ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଗଣନାରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri