ସତ୍ୟଙ୍କ ରେକର୍ଡ ନିଶା: ପୁଣି କଲେ ବିଶ୍ୱ ରେକର୍ଡ;  ୟୁନିଭର୍ସାଲ, କଲାମ ବୁକ ଅଫ ରେକର୍ଡରେ ୧.୯ ଇଞ୍ଚର ଗଣେଶ

ବ୍ରହ୍ମପୁର ଅଫିସ,୧୪ା୧୨-ନିଆରା କଳାକୃତି କରି ରେକର୍ଡ କରିବାର ନିଶା ତାଙ୍କୁ ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିଛି | ପୂର୍ବରୁ ବହୁବାର ଚକ, କାଠ, ସାବୁନରେ ନିଆରା କ୍ଷୁଦ୍ର କଳାକୃତି କରି ବିଶ୍ୱସ୍ତରରେ ରେକର୍ଡ ସୃଷ୍ଟି କରିଥିବା ବେଳେ ଏବେ କାଠରେ ବିଶ୍ୱର ସବୁଠାରୁ କ୍ଷୁଦ୍ର ଗଣେଶ ନିର୍ମାଣ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି | ସେ ହେଲେ ଗଞ୍ଜାମ ଜିଲା ସୋରଡାରେ ଜନ୍ମିତ ତଥା ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା | କାଠରେ ବିଶ୍ୱର ସବୁଠୁ କ୍ଷୁଦ୍ର ଗଣେଶ କରି ସେ ଏକା ସମୟରେ ଦୁଇଟି ରେକର୍ଡରେ ନିଜ ନାମ ସ୍ଥାନିତ କରିଛନ୍ତି। ଗମ୍ଭାରୀ କାଠରେ ୧.୯ ଇଞ୍ଚ ଉଚ୍ଚତା ଓ ୧ ଇଞ୍ଚ ଓସାରର ନିର୍ମିତ ଏହି କ୍ଷୁଦ୍ର କାଠ ଗଣେଶ ମୂର୍ତ୍ତିଟି ଏକା ସମୟରେ ୟୁନିଭର୍ସାଲ ବୁକ ଅଫ ରେକର୍ଡ ଓ କାଲାମ ବୁକ ଅଫ ରେକର୍ଡରେ ସ୍ଥାନୀତ ହୋଇଛି ା
ସୂଚନାଯୋଗ୍ୟ, ନିକଟରେ ରଥଯାତ୍ରା ଉପଲକ୍ଷେ ୧.୪ ଇଞ୍ଚ ଉଚ୍ଚତାର ବିଶ୍ୱର ସବୁଠାରୁ କ୍ଷୁଦ୍ର ରଥ ନିର୍ମାଣ କରି ଅଗଷ୍ଟରେ ଏସିଆ ବୁକ ଅଫ ରେକର୍ଡରେ ନିଜ ନାମକୁ ସ୍ଥାନିତ କରିଥିଲେ ା ଏଥିପାଇଁ ସେ ଏସିଆ ବୁକ ଅଫ ରେକର୍ଡ ପକ୍ଷରୁ ଗ୍ରାଣ୍ଡମାଷ୍ଟର ଟାଇଟଲ ମଧ୍ୟ ହାସଲ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri