ସଧବା ପାଉଛନ୍ତି ବିଧବା ଭତ୍ତା : ଯୁବକ ହାତଉଛନ୍ତି ବାର୍ତ୍ତକ୍ୟ ଭତ୍ତା, କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ,୧୫ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ୩୧ଟି ପଞ୍ଚାୟତ ମଧ୍ୟରୁ ଅଧିକାଂଶରେ ଆଜକୁ ୯ବର୍ଷରୁ ଊର୍ଦ୍ଧ୍ୱ ହେବ କିଛି ସଧବା ମିଛ ପ୍ରମାଣପତ୍ର ଦର୍ଶାଇ ବିଧବା ଭତ୍ତା ନେଉଥିବାବେଳେ କେତେକ ଯୁବକ ବାର୍ଦ୍ଧକ୍ୟ ଭତ୍ତା ନେଉଥିବା ଅଭିଯୋଗ ହେଉଛି। ହାବଳେଶ୍ୱର, ସୁଲଣ ପରି ପଞ୍ଚାୟତ ଏହାର ଉଦାହରଣ ସାଜିଥିବାବେଳେ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ସତ୍ୟାସତ୍ୟ ଲୋକଲୋଚନକୁ ଆସିପାରନ୍ତା।  ଏ ସମ୍ବନ୍ଧରେ ଉକ୍ତ ପଞ୍ଚାୟତ ସହ ଅନ୍ୟାନ୍ୟ ପଞ୍ଚାୟତର ପିଇଓ ଓ ସରପଞ୍ଚଙ୍କ ମତନେବାରୁ ଜଣାପଡ଼େ ଯେ, ଏନେଇ ସେମାନଙ୍କୁ ପୂର୍ବରୁ ଅବଗତ ନ ଥିଲେ କି ଏବେ ନାହାନ୍ତି। ପୂର୍ବରୁ କାର୍ଯ୍ୟଭାର ତୁଲାଉଥିବା ସରପଞ୍ଚ କିମ୍ବା ପିଇଓ ଏ ସମ୍ବନ୍ଧରେ ବେଶ୍‌ ଭଲ ଭାବେ ଅବଗତ କରାଇ ପାରିବେ ବୋଲି ପାଲଟା ଉତ୍ତର ଦେଇଥିଲେ। ଗରିବ, ବିଧବା, ବୃଦ୍ଧାବୃଦ୍ଧ ଓ ଭିନ୍ନକ୍ଷମ ଶ୍ରେଣୀର ଯୋଗ୍ୟ ବିବେଚିତ ହିତାଧିକାରୀ ବାଦ୍‌ ପଡ଼ିଯାଉଥିବାବେଳେ ଅଯୋଗ୍ୟ ହିତାଧିକାରୀ କାହା ମାଧ୍ୟମରେ ଏହି ଭତ୍ତା ଯୋଜନାରେ ସାମିଲ ହୋଇପାରିଛନ୍ତି ତାହା ପ୍ରଶାସନର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବ୍ଲକ ପ୍ରଶାସନର ମତ ନେବାରୁ ଜଣାପଡ଼େ ଯେ, ଏହିଭଳି ଅଭିଯୋଗ ଏବେ ସୁଦ୍ଧା ଆସିନାହିଁ । ଆସିଲେ ତଦନ୍ତ କରାଯିବ। ସରକାରଙ୍କ ବହୁମୁଖୀ ଯୋଜନାରୁ ଏହିଭଳି ପ୍ରକ୍ରିୟା ମାଧ୍ୟମରେ ପ୍ରକୃତ ହିତାଧିକାରୀ ହୋଇ ନ ଥିବା ସତ୍ତ୍ୱେ ଲୁଟ୍‌ କରିଥିବା ଅର୍ଥରାଶିକୁ ଫେରାଇ ନେବା ସହ ସେମାନଙ୍କ ବିରୋଧରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri