Posted inଜାତୀୟ

ସନି ଦେଓଲଙ୍କ ଲୋକ ସଭା ସଦସ୍ୟତା ସଙ୍କଟରେ: ଧାର୍ଯ୍ୟ ସୀମାଠାରୁ କରିଛନ୍ତି ଅଧିକ ଖର୍ଚ୍ଚ; ଇସି ଜାରି କରିପାରନ୍ତି ନୋଟିସ୍‌

ନୂଆଦିଲ୍ଲୀ,୧୯।୬: ପଞ୍ଜାବର ଗୁରୁଦାସପୁର ଲୋକ ସଭା ଆସନ ଏମ୍‌ପି ସନି ଦେଓଲଙ୍କ ସଦସ୍ୟତା ନେଇ ଏବେ ସଙ୍କଟ ଦେଖାଦେଇଛି। ସେ ନିର୍ବାଚନରେ ଧାର୍ଯ୍ୟ ସୀମାଠାରୁ ଅଧିକ ଖର୍ଚ୍ଚ କରିଥିବା ରିପୋର୍ଟ ନିର୍ବାଚନ କମିଶନ(ଇସି)ଙ୍କୁ ମିଳିଛି। ଧାର୍ଯ୍ୟ ସୀମା ୭୦ ଲକ୍ଷ ଥିବାବେଳେ ସେ ୮୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଏନେଇ ନିର୍ବାଚନ କମିଶନ ସନିଙ୍କୁ ନୋଟିସ୍‌ ଜାରି କରିପାରନ୍ତି। ନିୟମ ଅନୁସାରେ ଯଦି କୌଣସି ପ୍ରାର୍ଥୀ ଧାର୍ଯ୍ୟ ସୀମାଠାରୁ ଅଧିକ ଖର୍ଚ୍ଚ କରନ୍ତି ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଅନ୍ତର୍ଗତ ତାଙ୍କର ସଦସ୍ୟତା ରଦ୍ଦ କରାଯାଇପାରେ। ଏହା ସହିତ ଦ୍ୱିତୀୟ ସ୍ଥାନରେ ଥିବା ପ୍ରାର୍ଥୀଙ୍କୁ ବିଜେତା ଭାବେ ଘୋଷଣା କରାଯିବାର ନିୟମ ମଧ୍ୟ ରହିଛି। ଏନେଇ ସନିଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri