ସନ୍ତାନ ପ୍ରସବ କରି ମହିଳାଙ୍କ ମୃତ୍ୟୁ: ଉତ୍ତେଜନା, ଡାକ୍ତରଖାନା ସମ୍ମୁଖରେ ଧାରଣା

କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ମଙ୍ଗଳବାର ଜଣେ ଗର୍ଭବତୀ ସନ୍ତାନ ପ୍ରସବ କରି ମୃତ୍ୟୁ ବରଣ କରିବା ପରେ ଉତ୍ତେଜନା ଦେଖାଦେଇଛି। କେଉଁ କାରଣରୁ ତାଙ୍କର ମୃତ୍ୟୁ ଘଟିଲା ଏହାର ତଦନ୍ତ ଦାବିରେ ରେଗେଡା ସମିତି ସଭ୍ୟ ଅରବିନ୍ଦ ଚୌଧୁରୀଙ୍କ ନେତୃତ୍ୱରେ ପୌରକେଲା ସମିତି ସଭ୍ୟ ସୀମାଞ୍ଚଳ ଭୋଇ, ସରର୍ଗୁଲ ମାଲପଡା ସମିତି ସଭ୍ୟ ଯଶୋବନ୍ତ ସାହୁ, ତାରାକାନ୍ତ ସାହୁ, ରାଧେଶ୍ୟାମ ବାଗ, କର୍ଲାମୁଣ୍ଡା ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ ଓ ଜନସାଧାରଣ ପକ୍ଷରୁ ଗଣେଶ ବାଗ, ପର୍ଶୁରାମ ସାହୁ, ଅର୍ଜୁନ ସାହୁ, ଟିକେଧର ରଣା ପ୍ରମୁଖ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ସ୍ଥାନୀୟ କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ ଅଧିଶଚନ୍ଦ୍ର ବିଶ୍ୱାସ, ରିଷିଡା ଫାଣ୍ଡି ଅଧିକାରୀ ଲବରାମ ଛତ୍ରିଆ ଧାରଣା ସ୍ଥଳକୁ ଆସି ଧାରଣାରତ ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ। ଖବର ଲେଖା ହେବା ଯାଏ ଧାରଣା ଜାରି ରହିଥିବା ଜଣାପଡ଼ିଛି।
ଅନ୍ୟପଟେ ଶିଶୁ କନ୍ୟାର ଉପଯୁକ୍ତ ଚିକିତ୍ସା ପାଇଁ ସ୍ଥାନୀୟ ସିଡିପିଓ ପାର୍ବତୀ ସାହୁଙ୍କ ନେତୃତ୍ୱରେ ଆଇସିଡିଏସ ସୁପରଭାଇଜର ଉର୍ମିଳା ସାହୁ, ପୌରକେଲା ଅଙ୍ଗନୱାଡି କର୍ମୀ ଚନ୍ଦ୍ରକାନ୍ତି ସୁନା ୧୦୨ ଆମ୍ବୁଲାନ୍ସ ଯୋଗେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବା ଜଣାପଡିଛି। ଏ ନେଇ ସିଡିଏମଓଙ୍କୁ ପଚାରିବାରୁ ମୁଁ ବର୍ତ୍ତମାନ ଭୁବନେଶ୍ୱରେ ଅଛି, କେଉଁ କାରଣରେ ମହିଳାଙ୍କ ମୃତ୍ୟୁ ଘଟିଛି ତାହାର ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?