Posted inଜାତୀୟ

ସନ୍ଦିଗ୍ଧ ଅବସ୍ଥାରେ ଘରୁ ମିଳିଲା ପୂରା ପରିବାରର ମୃତଦେହ: ମୁହଁରେ ଲାଗିଥିଲା କଳା ଟେପ୍‌

ଗାଜିଆବାଦ,୫।୭: ଗାଜିଆବାଦ ମସୁରୀରେ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୫ଜଣ ସଦସ୍ୟଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତ୍ୟୁ ହୋଇଛି। ଶୁକ୍ରବାର ସକାଳେ ନ୍ୟୁ ଶତାବ୍ଦୀପୁରମ୍‌ର ଏକ ଘରେ ସ୍ବାମୀ ଓ ତାଙ୍କ ୩ଟି ପିଲାଙ୍କ ମୃତଦେହ ମିଳିଥିବା ବେଳେ ୪ ଜଣଙ୍କ ମୁହଁରେ କଳା ଟେପ୍‌ ଲାଗିଥିବା ଦେଖିବାକୁ ମିଳିଛି। ଅପରପକ୍ଷରେ ପତ୍ନୀଙ୍କୁ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ଘରେ ପ୍ରଦୀପ(୪୨) ତାଙ୍କ ପତ୍ନୀ(୩୭), ୩ଟି ପିଲା(୩,୫,୮), ମା ବାପା ଓ ଭଉଣୀ ରହୁଥିଲେ। ପ୍ରଦୀପ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବେଳେ ପତ୍ନୀ ଏମ୍ସରେ ଷ୍ଟାଫ୍‌ ନର୍ସ ଭାବେ କାର୍ଯ୍ୟ କରନ୍ତି। ଗୁରୁବାର ପଦୀପ ତାଙ୍କର ପତ୍ନୀ ଓ ୩ଟି ପିଲା ଏକ ରୁମ୍‌ରେ ଶୋଇଥିଲେ। ଶୁକ୍ରବାର ସକାଳେ ପରିବାର ଲୋକେ ସେମାନଙ୍କ କବାଟ ବାଡ଼େଇଥିଲେ ହେଲେ କେହି କବାଟ ଖୋଲି ନ ଥିଲେ। ଏହାପରେ ଝରକାରୁ ଦେଖିବା ବେଳେ ରୁମ୍‌ରେ ସେମାନଙ୍କ ମୃତଦେହ ଦେଖି ପରିବାର ଲୋକେ ସ୍ଥାନୀୟ ପୋଲିସକୁ ଖବର ଦେଖିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି କବାଟ ଭାଙ୍ଗିବା ସହ ଗୁରୁତର ଅବସ୍ଥାରେ ପଡ଼ିଥିବା ପତ୍ନୀଙ୍କୁ ଉଦ୍ଧାର କରି ତୁରନ୍ତ ହସ୍ପିଟାଲ ନିଆଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ଏହାପରେ ଅନ୍ୟ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ। ତେବେ ଏହି ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପ୍ରଦୀପ ସେମାନଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା କୁହାଯାଉଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତଦନ୍ତ ସମୟରେ ପ୍ରଦୀପଙ୍କ ମୃତଦେହ ନିକଟରୁ ଏକ ସୁଇସାଇଡ୍‌ ନୋଟ ଜବତ କରାଯାଇଛି। ଏହି ନୋଟକୁ ଯାଞ୍ଚ କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri