ସନ୍ଦିଗ୍ଧଙ୍କ ଉପରେ କଡ଼ା ନଜର

ଢେଙ୍କାନାଳ ଅଫିସ, ୨୭।୩:ଧୀରେ ଧୀରେ ସମୂହ ସଂକ୍ରମଣ ଆଡକୁ ଗତି କରୁଛି ମହାମାରୀ କରୋନା। ଏହାର ମୁକାବିଲା କରିବା ଲାଗି ପ୍ରସ୍ତୁତିକୁ ଆହୁରି ଜୋର୍‌ଦାର କରିଛି ଢେଙ୍କାନାଳ ଜିଲା ପ୍ରଶାସନ। ଏ ନେଇ ଶୁକ୍ରବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ବାହାରୁ ଆସି କ୍ୱାରାଣ୍ଟାଇନରେ ଥିବା ସନ୍ଦିଗ୍ଧଙ୍କ ଉପରେ ନଜର ରଖିବାକୁ ଜିଲାପାଳ ଜିଲାସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
କ୍ୱାରାଣ୍ଟାଇନ୍‌ ନିୟମ ତଦାରଖ କରିବା ଲାଗି ପ୍ରତି ବ୍ଲକରେ ୨ଜଣ ଅଧିକାରୀ ନିୟୋଜିତ ହେବେ। ସେମାନେ ବିଡିଓଙ୍କ ସହ ସମନ୍ବୟ ରକ୍ଷା କରି ଜିଲାପାଳଙ୍କୁ ରିପୋର୍ଟ ଦେବେ। ଜରୁରୀ ସାମଗ୍ରୀ ଖୋଲିବା ଲାଗି ପୂର୍ବ ନିର୍ଦ୍ଧାରିତ ସମୟରେ ୨ଘଣ୍ଟା ବୃଦ୍ଧି କରାଯାଇଛି। ଏଣିକି ସକାଳ ୭ରୁ ପୂର୍ବାହ୍ନ ୧୧ ଏବଂ ଅପରାହ୍ନ ୪ଟାରୁ ୭ଟା ଯାଏ ଦୋକାନ ଖୋଲିବ। ଏଥିସହ ୫୫ନଂ. ଜାତୀୟ ରାଜପଥ ଏବଂ ଭାପୁର-ଶଙ୍କରପୁର ଦେଇ ଯାଇଥିବା ଜଗନ୍ନାଥ ସଡ଼କ ପାର୍ଶ୍ୱରେ ୬ଟି ଢାବା ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ସେହିପରି ୫୫ନଂ. ଜାତୀୟ ରାଜପଥରେ ଦୁଇଟି ଗ୍ୟାରେଜ୍‌ ଖୋଲାଯାଇଛି। ମାଲ ପରିବହନ, ଯାନବାହନ ଚାଳକ ଓ କର୍ମଚାରୀଙ୍କ ସୁବିଧା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଢାବାରୁ କେବଳ ଖାଦ୍ୟ କିଣି ନେଇପାରିବେ। ସେଠାରେ ବସି କେହି ଖାଇପାରିବେ ନାହିଁ ବୋଲି ନିଷ୍ପତ୍ତି ହୋଇଛି। ପ୍ରଶାସନ ପକ୍ଷରୁ କଣ୍ଟ୍ରୋଲ ରୁମ୍‌ ନମ୍ବର ଜାରି ରଖାଯାଇଛି। ଜରୁରିକାଳୀନ ବିଭାଗ କାର୍ଯ୍ୟାଳୟର କଣ୍ଟ୍ରୋଲ ରୁମ ନଂ. ୭୭୩୫୧୭୭୬୮୮, ୦୬୭୬୨-୨୨୧୩୭୬ ଏବଂ ଟୋଲ ଫ୍ରି ନଂ. ୧୦୭୭। ସେହିପରି ଜିଲା ଚିକିତ୍ସାଳୟର କଣ୍ଟ୍ରୋଲ ରୁମ୍‌ ନଂ. ୦୬୭୬୨-୨୨୬୮୧୮।
ସନ୍ଦିଗ୍ଧ ବ୍ୟକ୍ତିଙ୍କ ଘରେ ଷ୍ଟିକରିଂ କରାଯାଇଛି। ପଞ୍ଚାୟତସ୍ତରୀୟ ଅଧିକାରୀ, ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଶିକ୍ଷକ, କୃଷି, ଉଦ୍ୟାନ ଏବଂ ମତ୍ସ୍ୟ ବିଭାଗ ଅଧିକାରୀ କ୍ୱାରାଣ୍ଟାଇନରେ ଥିବା ବ୍ୟକ୍ତିଙ୍କ ଉପରେ ନଜର ରଖିବେ। ଜିଲା ଏବଂ ବ୍ଲକସ୍ତରୀୟ ଅଧିକାରୀମାନେ ସଦର ମହକୁମା ଛାଡ଼ି ବାହାରକୁ ନ ଯିବାକୁ କୁହାଯାଇଛି। ଆବଶ୍ୟକ ସ୍ଥଳେ ଘରେ ରହି କାମ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆରଡିଏ ନରୋତ୍ତମ ବେହେରା, ଅତିରିକ୍ତ ଜିଲାପାଳ (ରାଜସ୍ବ) ସୌଦାମିନୀ ସେଠୀ, ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର, ଜରୁରିକାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର ପ୍ରମୁଖ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri