Posted inଖେଳ

ସନ୍ଦେହରେ ଦନଞ୍ଜୟ, ଓ୍ବିଲିୟମସନଙ୍କ ବୋଲିଂ ଆକ୍ସନ

ଦୁବାଇ, ୨୦।୮ (ପି.ଟି.)- ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ଓ ଶ୍ରୀଲଙ୍କା ଅଫ୍‌-ସ୍ପିନର ଅକିଲ ଦନଞ୍ଜୟଙ୍କ ବୋଲିଂ ଆକ୍ସନ ସନ୍ଦେହ ଘେରକୁ ଆସିଛି। ଗାଲେଠାରେ ଘରୋଇ ଶ୍ରୀଲଙ୍କା ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶେଷ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ଅବସରରେ ସନ୍ଦେହଜନକ ବୋଲିଂ ଆକ୍ସନ ଲାଗି ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଉଭୟ ଓ୍ବିଲିୟମସନ ଓ ଦନଞ୍ଜୟଙ୍କୁ ରିପୋର୍ଟ କରିଛି। ଆଇସିସି ପକ୍ଷରୁ ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ‘ମ୍ୟାଚ୍‌ ଅଫିସିଆଲ ଉଭୟ ଦଳର ମ୍ୟାନେଜମେଣ୍ଟକୁ ରିପୋର୍ଟ ପ୍ରଦାନ କରିଛନ୍ତି। ଯେଉଁଥିରେ ଉଭୟ ଦନଞ୍ଜୟ ଓ ଓ୍ବିଲିୟମସନଙ୍କ ବୋଲିଂ ଆକ୍ସନର ବୈଧତା ନେଇ ପ୍ରଶ୍ନ ଉଠାଯାଇଛି’ ବୋଲି ଆଇସିସି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ଫଳରେ ଆଗାମୀ ୧୪ ଦିନ ମଧ୍ୟରେ ଦନଞ୍ଜୟ ଓ ଓ୍ବିଲିୟମସନଙ୍କ ବୋଲିଂ ଆକ୍ସନର ପରୀକ୍ଷା କରାଯିବ। ଏହି ପରୀକ୍ଷାର ଫଳାଫଳ ନ ବାହାରିବା ପର୍ଯ୍ୟନ୍ତ ଆଇସିସି ନିୟମ ଅନୁଯାୟୀ ଉଭୟ ବୋଲର ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବୋଲିଂ ଜାରି ରଖିବେ।
ଅଫ୍‌-ସ୍ପିନ ବୋଲିଂ କରୁଥିବା ୨୯ ବର୍ଷୀୟ ଓ୍ବିଲିୟମସନ ଏହି ଟେଷ୍ଟ ମ୍ୟାଚ୍‌ର ଅନ୍ତିମ ଦିବସରେ ୩ ଓଭର ବୋଲିଂ କରିଥିଲେ। ୭୩ ଟେଷ୍ଟ ମ୍ୟାଚ୍‌ ଖେଳି ଓ୍ବିଲିୟମସନ ବର୍ତ୍ତମାନ ସୁଦ୍ଧା ମାତ୍ର ୨୯ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଅପରପକ୍ଷରେ ୨୫ ବର୍ଷୀୟ ଦନଞ୍ଜୟ ଏହି ମ୍ୟାଚ୍‌ରେ ୬ ଉଇକେଟ୍‌ ଅକ୍ତିଆର କରି ଶ୍ରୀଲଙ୍କାକୁ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏଥିପୂର୍ବରୁ ୨୦୧୮ ନଭେମ୍ବରରେ ଅବୈଧ ବୋଲିଂ ଆକ୍ସନ ଲାଗି ଆଇସିସି ଦନଞ୍ଜୟଙ୍କୁ ବୋଲିଂରୁ ବାସନ୍ଦ କରିଥିଲା। ଏହାପରେ ଚଳିତ ବର୍ଷ ପ୍ରାରମ୍ଭରେ ସେ ତାଙ୍କ ବୋଲିଂରେ ସୁଧାର ଆଣିଥିଲେ ଏବଂ ଆଇସିସି ତାଙ୍କୁ ସବୁଜ ସଙ୍କେତ ପ୍ରଦାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri